ହିସାବ ଦେବେ ମନ୍ତ୍ରୀ, ମେ ୧୫ରୁ ୨୫ କାର୍ଯ୍ୟ ସମୀକ୍ଷା କରିବେ ନବୀନ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆସନ୍ତା ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀମାନେ ନିଜ ବିଭାଗର ବର୍ଷକ କାର୍ଯ୍ୟର ହିସାବ ଦେବେ। ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି କେତେ ପାଳନ କରାଯାଇଛି, ସରକାରଙ୍କ କେଉଁ ବିଭାଗ କେତେ ସଫଳ ହୋଇଛି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଆସନ୍ତା ମେ’ ୧୫ରୁ ୨୫ ଯାଏ ଏହି ସମୀକ୍ଷା ହେବ। ଶନିବାର ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ବ୍ୟକ୍ତିଗତ ଭାବେ ଚିଠି ଲେଖି ଏହା ଜଣାଇଛନ୍ତି। ସଚିବମାନଙ୍କ ଉପସ୍ଥିତିରେ ମନ୍ତ୍ରୀମାନେ ସେମାନଙ୍କ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ୫-ଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ। ଏଥିସହିତ ୫-ଟି ଓ ‘ମୋ ସରକାର’ କାର୍ଯ୍ୟକ୍ରମ ସେମାନଙ୍କ ବିଭାଗରେ କିଭଳି କାର୍ଯ୍ୟକାରୀ କରାଯାଉଛି ଓ ଏହା ସେମାନଙ୍କ ବିଭାଗର କାର୍ଯ୍ୟଧାରାରେ କିଭଳି ଉନ୍ନତି ଆଣିଛି, ବିଭାଗକୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗଣତନ୍ତ୍ରରେ ଜନତା ହେଉଛନ୍ତି ମାଲିକ। ତେଣୁ ଗଣତନ୍ତ୍ରରେ ଉତ୍ତରଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଓଡ଼ିଶାର ସାଢ଼େ ୪ କୋଟି ଜନତା ଯେଉଁ ଦାୟିତ୍ୱ ଦେଇଛନ୍ତି, ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ, ତାକୁ ପାଳନ କରିବା ଦିଗରେ କେତେଦୂର ଆମେ ସଫଳ ହୋଇଛୁ ତା’ର ହିସାବ ଲୋକଙ୍କୁ ଦେବାକୁ ହେବ। ଏହା ଗଣତନ୍ତ୍ରର ମର୍ଯ୍ୟାଦା ବୃଦ୍ଧିକରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ଯେ ୨୦୧୯ ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତା’ର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟକାରୀ କରିବା ପାଇଁ ନୀତିଗତ ନିଷ୍ପତ୍ତି ନେଇଥିଲେ। ଆଗାମୀ ମେ’ ୨୯ରେ ମନ୍ତ୍ରୀ ପରିଷଦର ସ୍ବତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ। ୨୦୧୪ ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ଯ୍ୟକାରୀ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତିଗତ ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri