ହିସାବ ଦେବେ ମନ୍ତ୍ରୀ, ମେ ୧୫ରୁ ୨୫ କାର୍ଯ୍ୟ ସମୀକ୍ଷା କରିବେ ନବୀନ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆସନ୍ତା ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀମାନେ ନିଜ ବିଭାଗର ବର୍ଷକ କାର୍ଯ୍ୟର ହିସାବ ଦେବେ। ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି କେତେ ପାଳନ କରାଯାଇଛି, ସରକାରଙ୍କ କେଉଁ ବିଭାଗ କେତେ ସଫଳ ହୋଇଛି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଆସନ୍ତା ମେ’ ୧୫ରୁ ୨୫ ଯାଏ ଏହି ସମୀକ୍ଷା ହେବ। ଶନିବାର ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ବ୍ୟକ୍ତିଗତ ଭାବେ ଚିଠି ଲେଖି ଏହା ଜଣାଇଛନ୍ତି। ସଚିବମାନଙ୍କ ଉପସ୍ଥିତିରେ ମନ୍ତ୍ରୀମାନେ ସେମାନଙ୍କ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ୫-ଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ। ଏଥିସହିତ ୫-ଟି ଓ ‘ମୋ ସରକାର’ କାର୍ଯ୍ୟକ୍ରମ ସେମାନଙ୍କ ବିଭାଗରେ କିଭଳି କାର୍ଯ୍ୟକାରୀ କରାଯାଉଛି ଓ ଏହା ସେମାନଙ୍କ ବିଭାଗର କାର୍ଯ୍ୟଧାରାରେ କିଭଳି ଉନ୍ନତି ଆଣିଛି, ବିଭାଗକୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗଣତନ୍ତ୍ରରେ ଜନତା ହେଉଛନ୍ତି ମାଲିକ। ତେଣୁ ଗଣତନ୍ତ୍ରରେ ଉତ୍ତରଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଓଡ଼ିଶାର ସାଢ଼େ ୪ କୋଟି ଜନତା ଯେଉଁ ଦାୟିତ୍ୱ ଦେଇଛନ୍ତି, ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ, ତାକୁ ପାଳନ କରିବା ଦିଗରେ କେତେଦୂର ଆମେ ସଫଳ ହୋଇଛୁ ତା’ର ହିସାବ ଲୋକଙ୍କୁ ଦେବାକୁ ହେବ। ଏହା ଗଣତନ୍ତ୍ରର ମର୍ଯ୍ୟାଦା ବୃଦ୍ଧିକରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ ଯେ ୨୦୧୯ ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ସରକାର ତା’ର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟକାରୀ କରିବା ପାଇଁ ନୀତିଗତ ନିଷ୍ପତ୍ତି ନେଇଥିଲେ। ଆଗାମୀ ମେ’ ୨୯ରେ ମନ୍ତ୍ରୀ ପରିଷଦର ସ୍ବତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ। ୨୦୧୪ ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ଯ୍ୟକାରୀ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତିଗତ ନିଷ୍ପତ୍ତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?