‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା ମଞ୍ଚରୁ କିଛି ଏଭଳି ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ।

ସକାଳେ ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କଥା କହିଥିଲା ବେଳେ ପାଣ୍ଡିଆନଙ୍କ ଏହି ବୟାନକୁ ନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । କୁହାଯାଉଛି ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶପଥ ଗ୍ରହଣ ତାରିଖ କହି ପାଣ୍ଡିଆନ ମାଷ୍ଟରଷ୍ଟ୍ରୋକ ମାରିଛନ୍ତି।

ଏହି ଅବସରରେ ପାଣ୍ଡିଆନ କହିଛନ୍ତି, ଓଡ଼ିଶାରେ ନବୀନ ସରକାରଙ୍କର କୌଣସି ଯୋଜନା ବନ୍ଦ ହେବନି । ଗରିବ ଲୋକଙ୍କୁ ସଶକ୍ତ କରୁଥିବା ଯୋଜନାକୁ ଓଡ଼ିଶାରେ କେହି ବନ୍ଦ କରିପାରିବେନି ବୋଲି ପାଣ୍ଡିଆନ କହିଛନ୍ତି।

ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ବ୍ରହ୍ମପୁର ସଭାରେ କହିଥିଲେ, ଭାଜପା ଆସନ୍ତା ପାଞ୍ଚ ବର୍ଷରେ ଓଡ଼ିଶାକୁ ଏକ ନମ୍ବର କରିବ। ସରକାରକୁ ଆସିଲେ ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ ହେବ । ତେବେ ଭବାନୀପାଟଣାରେ ଆୟୁଷ୍ମାନ ଯୋଜନା ଠାରୁ ବିଏସକେୱାଇ ଯୋଜନା ଭଲ ବୋଲି କହିଛନ୍ତି ପାଣ୍ଡିଆନ । ଏହାସହ ବିଭିନ୍ନ ଲୋକାଭିମୁଖୀ ଯୋଜନାର ହିସାବ ଦେଇ ପାଣ୍ଡିଆନ କହିଛନ୍ତି, ଓଡ଼ିଶାବାସୀଙ୍କୁ ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା କରିଛନ୍ତି । ତେଣୁ ଏଥର ଯୋଡି ଶଙ୍ଖରେ ଭୋଟ ଦେବାକୁ ଅପିଲ କରିଛନ୍ତି ପାଣ୍ଡିଆନ ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri