ଦରଦାମ୍‌ ବୃଦ୍ଧି ନେଇ ନବୀନଙ୍କ କଡ଼ା କଥା, କହିଲେ ଡବଲ ଇଞ୍ଜିନ ସରକାର ଲୋକଙ୍କୁ…

ଭୁବନେଶ୍ୱର,୬ା୧: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି ।ଲୋୟର ପିଏମ୍‌ଜି ଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦରବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେଡି ଘେରିଛି । ଏହି ଆନ୍ଦୋଳନରେ ନିଜେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଗକୁ ଆସି ଭାଜପାକୁ କଡ଼ା କଥା ଶୁଣାଇଛନ୍ତି। ନବୀନ କହିଛନ୍ତି, ଦରଦାମ୍‌ ବଢ଼ି ବଢ଼ି ଚାଲିଛି, କିନ୍ତୁ କୌଣସି ଆକ୍ସନ ନିଆଯାଉନାହିଁ। ଡାଲି, ତେଲ ପରି ସବୁ ଅତ୍ୟାବଶ୍ୟକ ଜିନିଷ ଦର ଆକାଶଛୁଆଁ ହୋଇଛି। ବଜାର ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ ବୋଲି ନବୀନ କହିଛନ୍ତି।

ଏଥିସହିତ ସେ କହିଛନ୍ତି, ଡବଲ ଇଞ୍ଜିନ ସରକାର ଲୋକଙ୍କ ଉପରେ ଡବଲ ମାଡ଼କରୁଛନ୍ତି। ଯାହାଦ୍ୱାରା ସାଧାରଣ ଲୋକଙ୍କ ପାଇଁ ବଞ୍ଚିବା କଷ୍ଟକର ହୋଇଗଲାଣି। ଅଦିନିଆ ବର୍ଷା ପାଇଁ ପ୍ରତିଦିନ ଚାଷୀ ଆତ୍ମହତ୍ୟା କରୁଛି। ସବୁ ଜିନିଷରେ ଜିଏସ୍‌ଟି। ଭାଜପା ଶାସନକୁ
୭ ମାସ ହୋଇଗଲା, କେବଳ ଲମ୍ବା ଲମ୍ବା ଭାଷଣ ଆମେ ଶୁଣୁଛୁ। କାମରେ କିଛି ନାହିଁ ବୋଲି କହିଛନ୍ତି ନବୀନ।

ଅନ୍ୟପକ୍ଷରେ ବିଜେଡିର ନେତା ତଥା ବିଧାୟକ ଅରୁଣ ସାହୁ ରାଜ୍ୟ ସରକାରଙ୍କୁ ମଧ୍ୟ ଟାର୍ଗେଟ୍‌ କରିଛନ୍ତି। ଅରୁଣ କହିଛନ୍ତି, ୬ ମାସରେ ଓଡ଼ିଶା ଲକ୍ଷ୍ମୀଛଡ଼ା ହୋଇଗଲାଣି। କେନ୍ଦ୍ର ସହଯୋଗରେ  ଓଡ଼ିଶା ଲକ୍ଷ୍ମୀଛଡା। ଦରଦାମ ବୃଦ୍ଧି ଘଟିଛି।

ସେହିପରି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ଆଜି ବିଜୁ ଜନତା ଦଳର ଏହି ବିକ୍ଷୋଭ ଦେଖି ଭାଜପା ନେତାମାନେ ଘରକୋଣରେ ବସିଥିବେ। ଏହି ବିଶାଳ ଶୋଭାଯାତ୍ରା ଦେଖି ସେମାନଙ୍କ ଛାତିରେ ଛନକା ପଶିଛି। ଡବଲ ଇଞ୍ଜିନ ଅର୍ଥ ସବୁଥିରେ ଡବଲ। ଆଳୁ ପିଆଜ ରେଟ୍‌ଠୁ ଆରମ୍ଭ କରି ସବୁ କିଛି ଡବଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri