ଦରଦାମ୍‌ ବୃଦ୍ଧି ନେଇ ନବୀନଙ୍କ କଡ଼ା କଥା, କହିଲେ ଡବଲ ଇଞ୍ଜିନ ସରକାର ଲୋକଙ୍କୁ…

ଭୁବନେଶ୍ୱର,୬ା୧: ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ସୋମବାର ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି ।ଲୋୟର ପିଏମ୍‌ଜି ଠାରେ ୨୫ରୁ ୩୦ ହଜାର ଲୋକଙ୍କୁ ଏକାଠି କରି ଦରବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେଡି ଘେରିଛି । ଏହି ଆନ୍ଦୋଳନରେ ନିଜେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଗକୁ ଆସି ଭାଜପାକୁ କଡ଼ା କଥା ଶୁଣାଇଛନ୍ତି। ନବୀନ କହିଛନ୍ତି, ଦରଦାମ୍‌ ବଢ଼ି ବଢ଼ି ଚାଲିଛି, କିନ୍ତୁ କୌଣସି ଆକ୍ସନ ନିଆଯାଉନାହିଁ। ଡାଲି, ତେଲ ପରି ସବୁ ଅତ୍ୟାବଶ୍ୟକ ଜିନିଷ ଦର ଆକାଶଛୁଆଁ ହୋଇଛି। ବଜାର ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ ବୋଲି ନବୀନ କହିଛନ୍ତି।

ଏଥିସହିତ ସେ କହିଛନ୍ତି, ଡବଲ ଇଞ୍ଜିନ ସରକାର ଲୋକଙ୍କ ଉପରେ ଡବଲ ମାଡ଼କରୁଛନ୍ତି। ଯାହାଦ୍ୱାରା ସାଧାରଣ ଲୋକଙ୍କ ପାଇଁ ବଞ୍ଚିବା କଷ୍ଟକର ହୋଇଗଲାଣି। ଅଦିନିଆ ବର୍ଷା ପାଇଁ ପ୍ରତିଦିନ ଚାଷୀ ଆତ୍ମହତ୍ୟା କରୁଛି। ସବୁ ଜିନିଷରେ ଜିଏସ୍‌ଟି। ଭାଜପା ଶାସନକୁ
୭ ମାସ ହୋଇଗଲା, କେବଳ ଲମ୍ବା ଲମ୍ବା ଭାଷଣ ଆମେ ଶୁଣୁଛୁ। କାମରେ କିଛି ନାହିଁ ବୋଲି କହିଛନ୍ତି ନବୀନ।

ଅନ୍ୟପକ୍ଷରେ ବିଜେଡିର ନେତା ତଥା ବିଧାୟକ ଅରୁଣ ସାହୁ ରାଜ୍ୟ ସରକାରଙ୍କୁ ମଧ୍ୟ ଟାର୍ଗେଟ୍‌ କରିଛନ୍ତି। ଅରୁଣ କହିଛନ୍ତି, ୬ ମାସରେ ଓଡ଼ିଶା ଲକ୍ଷ୍ମୀଛଡ଼ା ହୋଇଗଲାଣି। କେନ୍ଦ୍ର ସହଯୋଗରେ  ଓଡ଼ିଶା ଲକ୍ଷ୍ମୀଛଡା। ଦରଦାମ ବୃଦ୍ଧି ଘଟିଛି।

ସେହିପରି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ଆଜି ବିଜୁ ଜନତା ଦଳର ଏହି ବିକ୍ଷୋଭ ଦେଖି ଭାଜପା ନେତାମାନେ ଘରକୋଣରେ ବସିଥିବେ। ଏହି ବିଶାଳ ଶୋଭାଯାତ୍ରା ଦେଖି ସେମାନଙ୍କ ଛାତିରେ ଛନକା ପଶିଛି। ଡବଲ ଇଞ୍ଜିନ ଅର୍ଥ ସବୁଥିରେ ଡବଲ। ଆଳୁ ପିଆଜ ରେଟ୍‌ଠୁ ଆରମ୍ଭ କରି ସବୁ କିଛି ଡବଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri