ଗଙ୍ଗଓ୍ବାରଙ୍କୁ ଚିଠି ଲେଖିଲେ ନବୀନ : ଇପିଏଫ୍‌ ପେନ୍‌ସନ ପୁନଃ ନିର୍ଦ୍ଧାରଣ କରାଯାଉ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍‌) ପେନ୍‌ସନ ଉପଭୋକ୍ତାଙ୍କ ସର୍ବନିମ୍ନ ପେନ୍‌ସନ ପୁନଃ ନିର୍ଦ୍ଧାରଣ କରିବା ଲାଗି ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଲୋଡିଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ କେନ୍ଦ୍ର ଶ୍ରମ ଓ ନିୟୋଜନ ରାଷ୍ଟ୍ରମନ୍ତ୍ରୀ ସନ୍ତୋଷ କୁମାର ଗଙ୍ଗଓ୍ବାରଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତ, ଓଡ଼ିଶାରେ ୧.୬୨ ଲକ୍ଷ ଇପିଏଫ୍‌ ପେନ୍‌ସନ ଉପଭୋକ୍ତା ଅଛନ୍ତି। ମାସିକ ସ୍ବଳ୍ପ ପେନ୍‌ସନ ପାଉଥିବାରୁ ପରିଣତ ବୟସରେ ସେମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଇପିଏସ୍‌-୯୫ ପେନ୍‌ସନ ଉପଭୋକ୍ତା ସଂଘଗୁଡିକ ପକ୍ଷରୁ ସର୍ବନିମ୍ନ ପେନ୍‌ସନ ପୁନଃ ନିର୍ଦ୍ଧାରଣ କରିବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିବା ସହ ଏ ନେଇ ରାଜ୍ୟ ସରକାରଙ୍କୁ ବହୁବାର ଦାବିପତ୍ର ପ୍ରଦାନ କରିଛନ୍ତି। ଇପିଏସ୍‌-୯୫ ପେନ୍‌ସନ ଉପଭୋକ୍ତାଙ୍କ ପେନ୍‌ସନ ବୃଦ୍ଧି କରିବାକୁ ୨୦୧୩ରେ ରାଜ୍ୟ ସଭା ସଦସ୍ୟ ଭଗବତ ସିଂଙ୍କ ଅଧ୍ୟକ୍ଷତାରେ ଗଠିତ ପିଟିଶନ କମିଟି କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିଲା। ତାହା ଏବେ ସୁଦ୍ଧା କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ।
ଯୁବା ବୟସରେ ଦେଶ ଗଠନରେ ପେନ୍‌ସନ ଉପଭୋକ୍ତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ସେମାନଙ୍କ ଦାବିକୁ ସହୃଦୟତାର ସହ ବିଚାର କରିବା ଆବଶ୍ୟକ। ସେମାନଙ୍କର ଅର୍ଥନୈତିକ ଓ ସାମାଜିକ ସୁରକ୍ଷା ଦେଶର କର୍ତ୍ତବ୍ୟ ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ଇପିଏଫ୍‌ ପେନ୍‌ସନ ଉପଭୋକ୍ତାଙ୍କର ଯଥାର୍ଥ ଦାବିକୁ ଦୃଷ୍ଟରେ ରଖି ପେନ୍‌ସନ ପୁନଃ ନିର୍ଦ୍ଧାରଣ କରିବା ଆବଶ୍ୟକ। ଦେଶର ସମସ୍ତ ପେନ୍‌ସନ ଉପଭୋକ୍ତାଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଗଙ୍ଗଓ୍ବାରଙ୍କ ଦୃଷ୍ଟିଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri