ଚାଷୀଙ୍କ ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ, କହିଲେ…

ଭୁବନେଶ୍ୱର,୩୦।୮: ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାର, ଅପମିଶ୍ରଣ, ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହୋଉଛନ୍ତି। ବିଭିନ୍ନ ସ୍ଥାନରେ ବିଶେଷ କରି ଆଦିବାସୀ ବହୁଳ ଜିଲାରେ ସାର ସମସ୍ୟା ଉତ୍କଟ ହୋଇଛି। ଚାଷୀ କୂଳର ଏ ସମସ୍ୟା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟନାୟକ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଚିଠି ଲେଖିଛନ୍ତି। ଓଡ଼ିଶା ଚାଷୀ କୂଳର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ନବୀନ ଦାବି କରିଛନ୍ତ। ନବୀନ କହିଛନ୍ତି , କୃଷି ଓଡ଼ିଶା ଅର୍ଥନୀତିର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ। ଗତ ଦୁଇ ଦଶନ୍ଧିରେ ଓଡ଼ିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା। ୨୦୦୦ରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି। କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟା ର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡ଼ିଶାକୁ ଏ ସଫଳତା ଆଣି ଦେଇଥିଲା।

ଓଡ଼ିଶାରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବି କରୁଥିବା ବେଳେ ଚାଷୀ କିନ୍ତୁ ସାର ପାଉନାହାନ୍ତି। ୟୁରିଆ ସରକାରୀ ଦର ଠାରୁ ଉଚ୍ଚ ଦାମରେ ବିକ୍ରି ହେଉଛି। ଓଡ଼ିଶା ସରକାରଙ୍କ agency Markfed ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତିରେ ସାର ବିକୁଛନ୍ତି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜ ରାସ୍ତାକୁ ଓହ୍ଲାଇବା ଚିନ୍ତାର ବିଷୟ ବୋଲି ନବୀନ କହିଛନ୍ତି।

ନବୀନ ଆହୁରି କହିଛନ୍ତି , ୨୦୧୮ ରେ ଶିଳାନ୍ୟାସ କରାଯାଇଥିବା ତାଳଚେର ସାର କାରଖାନା ୩୬ ମାସ ରେ ଶେଷ ହେବ ବୋଲି ଘୋଷଣା କରାଯାଇଥିଲେ ବି ସାତ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇ ନ ପାରିବା ଦୁଃଖର ବିଷୟ।

ଖରିଫ ଋତୁ ଆରମ୍ଭରେ ସାର ଅଭାବ ତଥା ଯୋଗାଣରେ ଚାଲଥିବା ଅବ୍ୟବସ୍ଥା ଓ ଦୁର୍ନୀତିକୁ ରୋକିବାକୁ ଯଦି ସମୟୋଚିତ ପଦକ୍ଷେପ ନିଆ ନ ଯାଏ ତେବେ କୃଷି ଉତ୍ପାଦନ ରେ ବ୍ୟାଘାତ ସୃଷ୍ଟି ସହ ଚାଷୀ ଭାଇ ଭଉଣୀଙ୍କ ଜୀବିକାକୁ ମଧ୍ୟ ଏହା ପ୍ରଭାବିତ କରିବ ବୋଲି ନବୀନ ସତର୍କ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri