ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ଇଚ୍ଛା ଡ୍ୟାମ୍‌ ନିର୍ମାଣ ସାରିବାକୁ ଅନୁରୋଧ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ସୁବର୍ଣ୍ଣରେଖା ନଦୀ ଉପରେ ଥିବା ବହୁମୁଖୀ ପ୍ରକଳ୍ପ ଚାନ୍ଦିଲ ଡ୍ୟାମ୍‌ର ବନ୍ୟା ନିୟନ୍ତ୍ରଣ ଆଧୁନିକୀକରଣ ଏବଂ ଇଚ୍ଛା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାଡ଼ଖଣ୍ଡ ପ୍ରତିପକ୍ଷ ହେମନ୍ତ ସୋରେନ୍‌ଙ୍କ ସହଯୋଗ ଲୋଡ଼ିଛନ୍ତି। ଶନିବାର ଏ ନେଇ ନବୀନ ସୋରେନ୍‌ଙ୍କୁ ଚିଠି ଲେଖି ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଇଚ୍ଛା ଡ୍ୟାମ୍‌ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ସୁବର୍ଣ୍ଣରେଖା ଜଳ ପ୍ରକଳ୍ପ ଦ୍ୱାରା ଓଡ଼ିଶାରେ ଜଳସେଚନ କରାଯାଇପାରିବ। ଝାଡ଼ଖଣ୍ଡ ସରକାର ଇଚ୍ଛା ଡ୍ୟାମ୍‌ର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିବା ସହ ଏନେଇ ଓଡ଼ିଶା ସମସ୍ତ ସହଯୋଗ ଯୋଗାଇ ଦେବ ବୋଲି କହିଛନ୍ତି। ଡ୍ୟାମ୍‌ର ଓଡ଼ିଶା ଭାଗ ଖର୍ଚ୍ଚ ନିର୍ଦ୍ଧାରିତ ସମୟରେ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।
ଚାନ୍ଦିଲ ଡ୍ୟାମ୍‌ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଦୀର୍ଘ ବର୍ଷ ହେବ ଶେଷ ହୋଇଛି। କିନ୍ତୁ ଥଇଥାନ ଓ ପୁନର୍ବାସ (ଆର ଆଣ୍ଡ ଆର) ମାମଲା ଯୋଗୁ ମୌସୁମୀ ସମୟରେ ଜଳଭଣ୍ଡାରରେ ଜଳସ୍ତର ୧୯୨ ମିଟର ରହିବା ଜାଗାରେ ୧୮୧.୫୦ ମିଟର ରହୁଛି। ମୌସୁମୀ ସମୟରେ ଜଳଭଣ୍ଡାରରେ ପୂର୍ଣ୍ଣମାତ୍ରାରେ ଜଳ ରଖାଯାଇ ପାରୁ ନ ଥିବାରୁ ଓଡ଼ିଶାକୁ ଅନେକ ବନ୍ୟା ଦୁର୍ଦ୍ଦଶା ଭୋଗିବାକୁ ପଡୁଛି। ଇଚ୍ଛା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ତୁରନ୍ତ ଶେଷ କରାଗଲେ ଉଭୟ ରାଜ୍ୟର ଚାଷୀମାନଙ୍କୁ ଫାଇଦା ମିଳିବ।
ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ସରକାର ଚାନ୍ଦିଲ ଡ୍ୟାମ୍‌, ଇଚ୍ଛା ଡ୍ୟାମ୍‌, ଗାଲୁଡିହି ବ୍ୟାରେଜ୍‌ ନିର୍ମାଣ ପାଇଁ ଓଡ଼ିଶା ସରକାର ଏ ପର୍ଯ୍ୟନ୍ତ ୧୦୨୬.୯୧ କୋଟି ଟଙ୍କା ଝାଡ଼ଖଣ୍ଡ ସରକାରଙ୍କୁ ପ୍ରଦାନ କରିଛନ୍ତି। ଏହାଛଡ଼ା ଓଡ଼ିଶାରେ ବନ୍ୟା ନିୟନ୍ତ୍ରଣ ପାଇଁ ମୌସୁମୀ ସମୟରେ ଚାନ୍ଦିଲ ଡ୍ୟାମ୍‌ର ପୂର୍ଣ୍ଣ ଜଳଧାରଣ କ୍ଷମତାକୁ ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri