ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଯୁଦ୍ଧ ଲାଗି ୟୁକ୍ରେନରୁ ଅଧାରୁ ପାଠପଢ଼ା ଛାଡ଼ି ଭାରତ ଫେରି ଆସିଥିବା ଡାକ୍ତରୀ ଛାତ୍ରୀଛାତ୍ରଙ୍କ କ୍ୟାରିୟର ପାଇଁ ଚିନ୍ତା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏବେ ୟୁକ୍ରେନ୍‌ରେ ସଂକଟ ପରିସ୍ଥିତି ଉପୁଜିଛି। ଓଡ଼ିଶା ସମେତ ଭାରତର ହଜାର ହଜାର ମେଡିକାଲ ଛାତ୍ରୀଛାତ୍ର ୟୁକ୍ରେନ୍‌ରୁ ନିଜ ଘରକୁ ଫେରି ଆସୁଛନ୍ତି। ଫଳରେ ସେମାନଙ୍କ ପାଠପଢ଼ା ଗୁରୁତର ବାଧାପ୍ରାପ୍ତ ହୋଇଛି। ଭବିଷ୍ୟତ ନେଇ ମଧ୍ୟ ସେମାନେ ଚିନ୍ତାରେ ଅଛନ୍ତି। ତେଣୁ ୟୁକ୍ରେନ୍‌ ଫେରନ୍ତା ମେଡିକାଲ ଛାତ୍ରୀଛାତ୍ରଙ୍କ ପାଠପଢ଼ା ପାଇଁ ଭାରତରେ ବ୍ୟବସ୍ଥା କରାଯିବାକୁ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଦେଶର ମେଡିକାଲ କଲେଜରେ ପାଠ୍ୟ ଗ୍ରହଣର ବ୍ୟବସ୍ଥା ଲାଗି ପଦକ୍ଷେପ ନେବା ଲାଗି ନ୍ୟାଶନାଲ ମେଡିକାଲ କମିଶନ ଓ ମନ୍ତ୍ରାଳୟ ସହିତ ଆଲୋଚନା କରିବାକୁ ନବୀନ ଅନୁରୋଧ କରିଛନ୍ତି।

ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ୟୁକ୍ରେନ ଉପରେ ରୁଷର ଆକ୍ରମଣ ଯୋଗୁ ସେଠାରେ ଡାକ୍ତରୀ ପଢ଼ୁଥିବା ଭାରତୀୟ ଛାତ୍ରୀଛାତ୍ର ସ୍ବଦେଶ ଫେରି ଆସିଥିବାବେଳେ ସେମାନଙ୍କ ପାଠପଢ଼ା ଅଧା ରହିଛି। ଏମାନଙ୍କ ମଧ୍ୟରେ ବହୁ ଓଡ଼ିଆ ଛାତ୍ରୀଛାତ୍ର ଅଛନ୍ତି। ଏବେ ଏହି ୟୁକ୍ରେନ୍‌ ଫେରନ୍ତା ଛାତ୍ରୀଛାତ୍ରଙ୍କୁ ଭାରତରେ ପାଠ ପଢ଼ାଯାଉ। ଦେଶର ବିଭିନ୍ନ ମେଡିକାଲ କଲେଜରେ ସେମାନଙ୍କୁ ପାଠ ପଢ଼ିବାର ସୁଯୋଗ ଦିଆଯାଉ। ଓଡ଼ିଶା ସରକାର ମଧ୍ୟ ଏ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ସମ୍ପୂର୍ଣ୍ଣ ସମର୍ଥନ ଦେବେ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ୟୁକ୍ରେନ୍‌ ଫେରନ୍ତା ଡାକ୍ତରୀ ଛାତ୍ରୀଛାତ୍ରଙ୍କୁ ଦେଶର ବିଭିନ୍ନ ମେଡିକାଲ କଲେଜରେ କୋର୍ସ ଶେଷ ଲାଗି ଅନୁମତି ଦେବା ପାଇଁ ପୂର୍ବରୁ ଇଣ୍ଡିଆନ୍‌ ମେଡିକାଲ ଆସୋସିଏଶନ୍‌ (ଆଇଏମ୍‌ଏ) ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛି। ସଂଘର କହିବା କଥା, ୱାର୍‌ ଏକ ଲାଇଫ୍‌ ଟାଇମ୍‌ କ୍ରାଇସିସ୍‌। ଯୁଦ୍ଧ ସ୍ଥିତି ଯୋଗୁ ବାଧ୍ୟ ହୋଇ ସେମାନଙ୍କୁ ସ୍ବଦେଶ ଫେରିବାକୁ ପଡ଼ିଛି। ତେଣୁ ୟୁକ୍ରେନ୍‌ ଫେରନ୍ତା ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନଜରରେ ରଖି ଭାରତୀୟ ମେଡିକାଲ୍‌ କଲେଜରେ ପଢ଼ିବା ଲାଗି ସେମାନଙ୍କୁ ସୁଯୋଗ ମିଳିବା ଉଚିତ। ଏଥିଲାଗି ନ୍ୟାଶନାଲ ମେଡିକାଲ କମିଶନ ନୂଆ ନିୟମ ଆଣୁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri