କେନ୍ଦ୍ରମନ୍ତ୍ରୀ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଖରିଫ୍‌ ଚାଷ ଜୋରସୋର ଚାଲିଥିବାବେଳେ ସାର ଅଭାବ ଚାଷୀଙ୍କ ମୁଣ୍ଡବ୍ୟଥା ବଢ଼ାଇଛି। ଧାର୍ଯ୍ୟ ସମୟରେ କେନ୍ଦ୍ର ସରକାର ସାର ଯୋଗାଉନାହାନ୍ତି। ରାଜ୍ୟକୁ ମାସିକିଆ କୋଟା ମିଳୁନାହିଁ। ଖରିଫ ଋତୁରେ ଡିଏପି ସାର ୩୧% କମ୍‌ ମିଳିଛି। ଚାଷୀଙ୍କ ସମସ୍ୟାର ସମାଧାନ କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶାର ମାସିକିଆ କୋଟା ଯୋଗାଇଦେବାକୁ ଦାବି କରି ଶୁକ୍ରବାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ରସାୟନ ଓ ସାରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଛନ୍ତି।
ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି, ଓଡ଼ିଶାର ଚାହିଦା ଅନୁସାରେ ଡିଏପି ଏବଂ ଏମ୍‌ଓପି ସାର ମିଳୁନାହିଁ। ଜୁଲାଇ ୩୧ ସୁଦ୍ଧା ରାଜ୍ୟକୁ ୪୭,୮୭୭ ମେଟ୍ରିକ୍‌ ଟନ୍‌ ଡିଏପି ଏବଂ ୧ ହଜାର ୧୦ ମେଟ୍ରିକ ଟନ୍‌ ଏମ୍‌ଓପି ସାର କମ୍‌ ମିଳିଛି। ରାଜ୍ୟରେ ଖରିଫ ଚାଷ ଚାଲିଥିଲା ବେଳେ ସାର ଅଭାବ ଚାଷୀଙ୍କୁ ଅସୁବିଧାରେ ପକାଇଛି। ଗତବର୍ଷ ୟାସ୍‌, ଜଓ୍ବାଦ, ଗୁଲାବ ବାତ୍ୟା ପାଇଁ ରାଜ୍ୟର ଚାଷୀ ବିପୁଳ କ୍ଷତି ସହିଛନ୍ତି। ଏଥର ଭଲ ଫସଲ ପାଇଁ ପାଗ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ କହିଛି। ଅଗଷ୍ଟ, ସେପ୍ଟେମ୍ବରରେ ଏମ୍‌ଓପି ଏବଂ ଡିଏପି ସାର ଚାହିଦା ବଢ଼ିଛି। ଏହାର ଅଭାବ ରାଜ୍ୟର ଶସ୍ୟ ଉତ୍ପାଦନ ଉପରେ ପ୍ରତିକୂଳ ପ୍ରଭାବ ପକାଇବ। ଚାଷୀମାନଙ୍କର ସ୍ବାର୍ଥକୁ ଦୃଷ୍ଟିରେ ରଖି ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରିବାକୁ ନବୀନ ଚିଠିରେ କେନ୍ଦ୍ରମନ୍ତ୍ରୀ ମାଣ୍ଡଭ୍ୟଙ୍କୁ ଅନୁରୋଧ କରିଛନ୍ତି। ଅନ୍ୟପଟେ ଆବଶ୍ୟକତା ଅନୁଯାୟୀ ୟୁରିଆ ସାର ମିଳିଥିବାରୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri