କେନ୍ଦ୍ରମନ୍ତ୍ରୀ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଖରିଫ୍‌ ଚାଷ ଜୋରସୋର ଚାଲିଥିବାବେଳେ ସାର ଅଭାବ ଚାଷୀଙ୍କ ମୁଣ୍ଡବ୍ୟଥା ବଢ଼ାଇଛି। ଧାର୍ଯ୍ୟ ସମୟରେ କେନ୍ଦ୍ର ସରକାର ସାର ଯୋଗାଉନାହାନ୍ତି। ରାଜ୍ୟକୁ ମାସିକିଆ କୋଟା ମିଳୁନାହିଁ। ଖରିଫ ଋତୁରେ ଡିଏପି ସାର ୩୧% କମ୍‌ ମିଳିଛି। ଚାଷୀଙ୍କ ସମସ୍ୟାର ସମାଧାନ କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶାର ମାସିକିଆ କୋଟା ଯୋଗାଇଦେବାକୁ ଦାବି କରି ଶୁକ୍ରବାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ରସାୟନ ଓ ସାରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଛନ୍ତି।
ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି, ଓଡ଼ିଶାର ଚାହିଦା ଅନୁସାରେ ଡିଏପି ଏବଂ ଏମ୍‌ଓପି ସାର ମିଳୁନାହିଁ। ଜୁଲାଇ ୩୧ ସୁଦ୍ଧା ରାଜ୍ୟକୁ ୪୭,୮୭୭ ମେଟ୍ରିକ୍‌ ଟନ୍‌ ଡିଏପି ଏବଂ ୧ ହଜାର ୧୦ ମେଟ୍ରିକ ଟନ୍‌ ଏମ୍‌ଓପି ସାର କମ୍‌ ମିଳିଛି। ରାଜ୍ୟରେ ଖରିଫ ଚାଷ ଚାଲିଥିଲା ବେଳେ ସାର ଅଭାବ ଚାଷୀଙ୍କୁ ଅସୁବିଧାରେ ପକାଇଛି। ଗତବର୍ଷ ୟାସ୍‌, ଜଓ୍ବାଦ, ଗୁଲାବ ବାତ୍ୟା ପାଇଁ ରାଜ୍ୟର ଚାଷୀ ବିପୁଳ କ୍ଷତି ସହିଛନ୍ତି। ଏଥର ଭଲ ଫସଲ ପାଇଁ ପାଗ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଭାଗ କହିଛି। ଅଗଷ୍ଟ, ସେପ୍ଟେମ୍ବରରେ ଏମ୍‌ଓପି ଏବଂ ଡିଏପି ସାର ଚାହିଦା ବଢ଼ିଛି। ଏହାର ଅଭାବ ରାଜ୍ୟର ଶସ୍ୟ ଉତ୍ପାଦନ ଉପରେ ପ୍ରତିକୂଳ ପ୍ରଭାବ ପକାଇବ। ଚାଷୀମାନଙ୍କର ସ୍ବାର୍ଥକୁ ଦୃଷ୍ଟିରେ ରଖି ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରିବାକୁ ନବୀନ ଚିଠିରେ କେନ୍ଦ୍ରମନ୍ତ୍ରୀ ମାଣ୍ଡଭ୍ୟଙ୍କୁ ଅନୁରୋଧ କରିଛନ୍ତି। ଅନ୍ୟପଟେ ଆବଶ୍ୟକତା ଅନୁଯାୟୀ ୟୁରିଆ ସାର ମିଳିଥିବାରୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri