ଘରେ ପହଞ୍ଚୁ ନବୀନଙ୍କ ବିକାଶ ବାର୍ତ୍ତା: ପ୍ରଣବ

ଜମନକିରା/କୁଚିଣ୍ଡା,୧୨ା୫(ରବୀନ୍ଦ୍ର ପ୍ରସାଦ ଦାନୀ/ବିରଞ୍ଚତ୍ ଦର୍କା)ସମ୍ବଲପୁର ଲୋକ ସଭା ଅଧୀନ କୁଚିଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଶନିବାର ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସବୁ କର୍ମୀ ସମାବେଶରେ ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକ ସଭା ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଯୋଗଦେଇ ଦଳର କର୍ମକର୍ତ୍ତାମାନଙ୍କ ଉତ୍ସାହ ବଢାଇଥିଲେ। ସେ କହିଥିଲେ ସମ୍ବଲପୁର ବର୍ତ୍ତମାନ ରାଜ୍ୟ ରାଜନୀତିର ହଟ୍‌ସ୍ପଟ୍‌ ପାଲଟିଛି। ଏହି ଆସନ ହାତେଇବାକୁ ବିରୋଧୀ ମିଛ ପ୍ରତିଶ୍ରୁତିର ସାହାରା ନେଉଛନ୍ତି। କିନ୍ତୁ ଆମେ ରାଜ୍ୟ ସରକାରଙ୍କ ବିକାଶ କାମର ତାଲିକା ନେଇ ଭୋଟରଙ୍କ ପାଖକୁ ପହଞ୍ଚତ୍ବା। ମୁଖ୍ୟମନ୍ତ୍ରୀ ଦେଇଥିବା ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବା ବୋଲି କହିଥିଲେ ପ୍ରଣବ।
କୁଚିଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ବାମରା ବ୍ଲକର କର୍ମୀମାନଙ୍କୁ ନେଇ କେଶେଇବାହାଲଠାରେ ଏକ କର୍ମୀ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଏହି ଅବସରରେ ପ୍ରଣବ ପ୍ରକାଶ କହିଥିଲେ ମୁଖ୍ୟମନ୍ତ୍ରୀ ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ନମ୍ବର ୱାନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ତେଣୁ ବିଜେଡି ଇସ୍ତାହାରରେ ସମସ୍ତ ବର୍ଗର ଲୋକଙ୍କ ଉନ୍ନତି ପାଇଁ ଯୋଜନା ରଖାଯାଇଛି। ଯୁବବର୍ଗଙ୍କ ଉନ୍ନତି ପାଇଁ ସ୍ବତନ୍ତ୍ର ଭାବେ ବଜେଟ ପ୍ରସ୍ତୁତ କଥା ହେଉ କି ମହିଳାମାନଙ୍କୁ ୧୦ଲକ୍ଷ ପର୍ଯ୍ୟନ୍ତ ବିନା ସୁଧରେ ଋଣ ପ୍ରଦାନ, ସମସ୍ତ କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତ୍ତନ କରି ଏକ ବିକଶିତ ଓଡ଼ିଶା ଗଠନ ପ୍ରତି ଦୃଷ୍ଟି ଦିଆଯିବ। ଶିକ୍ଷା, ସ୍ବାସ୍ଥ୍ୟ, କୃଷି, କ୍ରୀଡା, ଗମନାଗମନ, ପରିବହନ ଏଭଳି ଅନେକ କିଛି ଯୋଜନା ଓ ପ୍ରକଳ୍ପର ସମ୍ଭାର ଭେଟିଦେବେ ନବୀନ ପଟ୍ଟନାୟକ। ସେହିଭଳି ବିଏସ୍‌କେୱାଇ କାର୍ଡ ଓଡ଼ିଶାବାସୀଙ୍କ ପାଇଁ ବରଦାନ ସାବ୍ୟସ୍ତ ହୋଇଛି। କଲେଜ ଛାତ୍ରୀଛାତ୍ରଙ୍କୁ ନୂଆ ଓ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି। ଏହି ସବୁ ଯୋଜନାକୁ ଆପଣମାନଙ୍କୁ ପ୍ରତି ଲୋକଙ୍କ ପାଖକୁ ପହଞ୍ଚାଇବାକୁ ପଡିବ ବୋଲି କହିଥିଲେ। ଅପରପକ୍ଷେ ଭାଜପା ସରକାର ଯାହା କହନ୍ତି ତାର ଓଲଟା କରନ୍ତି। ଗତ ନିର୍ବାଚନରେ ପ୍ରତି ଆକାଉଣ୍ଟରେ ୧୫ ଲକ୍ଷ ଟଙ୍କା ଦେବାକୁ କହିଥିଲେ। କୃଷିବୀମା କଥା କହିଥିଲେ କିନ୍ତୁ କିଛି ବି ମିଳୁନି। ତେଣୁକରି ସମୟ ଆସିଛି ବର୍ତ୍ତମାନ ସେହି ନେତାଙ୍କୁ ଉଚିତ ଜବାବ ଦେବା। ଏହି ଅବସରରେ ଗଣମାଧ୍ୟମ ପ୍ରତିନିଧି ଜୁନ ୧୦ରେ ଭାଜପା ଶପଥ ଗ୍ରହଣ ଉତ୍ସବକୁ ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ ପ୍ରସଙ୍ଗରେ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତରଦେଇ ପ୍ରଣବ ପ୍ରକାଶ କହିଥିଲେ ମୁଖ୍ୟମନ୍ତ୍ରୀ କହିସାରିଛନ୍ତି, ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ବି କହିସାରିଛନ୍ତି, ଜୁନ ୯ରେ ବିଜେଡି ସରକାରର ଶପଥ ଗ୍ରହଣ ଉତ୍ସବ ହେବ। ଆମେ ମୋଦିଜୀଙ୍କୁ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ନିମନ୍ତ୍ରଣ କରିବୁ ବୋଲି ପ୍ରଣବ କହିଥିଲେ।
କେସେଇବାହାଲ କାର୍ଯ୍ୟକ୍ରମ ପରେ ପହଞ୍ଚିଥିଲେ କୁଚିଣ୍ଡା ବ୍ଳକ କର୍ମକର୍ତ୍ତାଙ୍କ ସମ୍ମିଳନୀରେ ପହଞ୍ଚି ଥିଲେ ପ୍ରଣବ ପ୍ରକାଶ। ବକ୍ସମା ଫୁଟବଲ ପଡିଆରେ ଆୟୋଜିତ କର୍ମୀ ସମ୍ମିଳନୀରେ ପ୍ରଣବ ଯୋଗଦେଇ ନବୀନ ପଟ୍ଟନାୟକ ସରକାରରେ ହୋଇଥିବା ବିକାଶମୂଳକ କାମର ତାଲିକା ନେଇ ଭୋଟରଙ୍କ ପାଖକୁ ଯିବା ପାଇଁ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସମାବେଶରେ କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀର ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ଛତ୍ରିଆ, କୁଚିଣ୍ଡା ଓ ଦେବଗଡ଼ ବିଧାନସଭା ଦାୟିତ୍ୱରେ ଥିବା ସଞ୍ଜିତ ମହାନ୍ତି ସମେତ ବହୁସଂଖ୍ୟକ କର୍ମୀ ଓ ସମର୍ଥକ ଯୋଗ ଦେଇଥିଲେ। ଏହାପରେ ଜମନକିରା ବ୍ଲକର ଗୁଣ୍ଡୁରୁଚୁଆଁରେ ବ୍ଲକ ସଭାପତି ଆଦିପ୍ରସାଦ ମହାକୁଳଙ୍କ ସଭାପତିତ୍ୱରେ ଏକ କର୍ମୀ ସମ୍ମିଳନୀ ହୋଇଥିଲା। ବିକଶିତ ଓଡ଼ିଶା ଗଠନ ପାଇଁ ବିଜେଡିକୁ ପୁନର୍ବାର ସୁଯୋଗଦେବାକୁ ନେତୃବୃନ୍ଦ ଆହ୍ବାନ ଦେଇଥିଲେ। କର୍ମୀମାନଙ୍କୁ ନିର୍ବାଚନୀ ମନ୍ତ୍ର ଦେବା ସହିତ ଆପଣମାନେ ହିଁ ଦଳର ସ୍ତମ୍ଭ ବୋଲି କହିଥିଲେ ପ୍ରଣବପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri