Posted inରାଜ୍ୟ

ପରାଜୟ ପରେ ନବୀନଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ

ଭୁବନେଶ୍ୱର,୩।୬: ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ପରାଜୟ ପରେ ପ୍ରଥମ ବୟାନ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ”ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ମୋର ସମ୍ମାନ ଓ ଧନ୍ୟବାଦ ଜଣାଉଛି।”

ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଛନ୍ତି । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ସେ ହାରି ଯାଇଛନ୍ତି। ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ତାଙ୍କୁ ପରାସ୍ତ କରିଛନ୍ତି। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳି ସମେତ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଥିଲେ। ଉଭୟ ଆସନରେ ବିଜୟୀ ହେବେ ବୋଲି ଆଶା କରାଯାଉଥିଲା।

ହେଲେ କଣ୍ଟାବାଞ୍ଜିରୁ ଭାଜପା ପ୍ରାର୍ଥୀ ତାଙ୍କୁ କଡା ଟକ୍କର ଦେଲେ । ବାଗ୍‌ ୧୬,୩୨୧ ଖଣ୍ଡ ଭୋଟରେ ମୁଖ୍ୟମନ୍ତ୍ରୀଙ୍କୁ ପରାସ୍ତ କରିଛନ୍ତି। ଲକ୍ଷ୍ମଣ ବାଗ ୯୦,୫୯୦୪ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ମୁଖ୍ୟମନ୍ତ୍ରୀ ୭୪,୨୭୩ ଖଣ୍ଡ ଭୋଟ୍‌ ପାଇଛନ୍ତି। କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ୨୬,୭୪୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତ।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନିଜର ପାରମ୍ପରିକ ସିଟ୍‌ ହିଞ୍ଜିଳିରୁ ୪୬୪୯ ଖଣ୍ଡ ଭୋଟରେ ଜିତିଛନ୍ତି।ସେ ଭାଜପାର ଶିଶିର କୁମାର ମିଶ୍ରଙ୍କୁ ପରାସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ୬୬,୩୫୮ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଶିଶିର କୁମାର ମିଶ୍ର ୬୧,୭୦୯ ଖଣ୍ଡ ଭୋଟ୍‌ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?