ସଙ୍ଗଠନ ମଜଭୁତ କରିବାକୁ ନବୀନଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର, ୨୯। ୯(ଅନୀଲ ଦାସ): ନୟାଗଡ଼ ଜିଲା ସାଙ୍ଗଠନିକ କର୍ମକର୍ତ୍ତା ସମ୍ମିଳନୀ ଶନିବାର ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗ ଦେଇ ଜିଲାର କର୍ମକର୍ତ୍ତା, ନିର୍ବାଚିତ ପ୍ରତିନିଧିମାନଙ୍କ ସହ ସଙ୍ଗଠନ ବିଷୟରେ ସିଧାସଳଖ ଆଲୋଚନା କରିଛନ୍ତି।
ଦଳର ସଭାପତି ନବୀନ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ବିଜେଡି ସରକାର ସମୟରେ ଓଡ଼ିଶାର ବହୁତ ଉନ୍ନତିମୂଳକ କାର୍ଯ୍ୟ କରାଯାଇଛି। ଆପଣମାନେ ଆଗାମୀ ଦିନରେ ପରିଶ୍ରମ କରି ଲୋକଙ୍କ ନିକଟକୁ ଯାଇ ସେବା କରନ୍ତୁ। ନିଶ୍ଚିତ ଭାବେ ଓଡ଼ିଶାବାସୀ ପୁଣି ସେବା କରିବାର ସୁଯୋଗ ଆମକୁ ଦେବେ। ରାଜ୍ୟରେ ଭାଜପା ସରକାରର ଭ୍ରଷ୍ଟାଚାର ଓ ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଛି। ମିଛ କହି ଲୋକଙ୍କ ଠାରୁ ଭୋଟ ନେଇଥିବା ଭାଜପା ଏବେ କେବଳ ଲୋକଙ୍କୁ ପ୍ରତାରଣା ଦେଇ ଚାଲିଛି। ଆପଣମାନେ ଏକତ୍ରିତ ହୋଇ ଏ ସରକାର ଓ ଦୁର୍ନୀତି ବିରୋଧରେ ଲଢ଼େଇ ଜାରି ରଖନ୍ତୁ ।
ମୁଁ ଆପଣମାନଙ୍କ ସହ ସର୍ବଦା ରହିଛି। ବର୍ଷା ପରେ ନୟାଗଡ଼ ଜିଲାକୁ ଯାଇ ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିବି ବୋଲି ନବୀନ କହିଛନ୍ତି। ଏହି ସଭାରେ ବିଜେଡି ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ଅଧ୍ୟକ୍ଷତା କରିଥିଲେ। ବୈଠକରେ ନୟାଗଡ଼ ବିଧାୟକ ଡ. ଅରୁଣ ସାହୁ, ଦଶପଲ୍ଲା ବିଧାୟକ ରମେଶ ବେହେରା, ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଭାପୁର ବ୍ଲକର ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ନୟାଗଡ଼ ଜିଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଓ ଜିଲାର ନେତୃବର୍ଗ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri