ହକି ବିଶ୍ୱକପ୍‌କୁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ନିମନ୍ତ୍ରଣ, ସାଦରରେ ଗ୍ରହଣ କଲେ ଶିବରାଜ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌ ଅନୁଷ୍ଠିତ ହେବ। ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ବକପ୍‌ ଆୟୋଜନ କରୁଥିବାରୁ ଏଥିଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରୁଛନ୍ତି । ଏହି କ୍ରମରେ ମଙ୍ଗଳବାର ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣ କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣପତ୍ର ଦେଇଛନ୍ତି । ସେ ଭୋପାଳରେ ସ୍ବତନ୍ତ୍ର ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣପତ୍ର ସହ ହକି ଜର୍ସି ଓ ରୁପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ନବୀନଙ୍କ ନିମନ୍ତ୍ରଣ ଶିବରାଜ ସାଦରରେ ଗ୍ରହଣ କରିବା ସହ ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି । ଯଥାସମ୍ଭବ ଓଡ଼ିଶା ଆସି ହକି ବିଶ୍ୱକପ୍‌ରେ ସାମିଲ ହେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri