Posted inରାଜ୍ୟ

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ କର୍ମକର୍ତ୍ତାଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ୨୬ରେ ବିଜୁ ଜନତା ଦଳ ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି ଅବସରରେ ରାଜ୍ୟବାସୀଙ୍କର ଦଳ ଉପରେ ରହିଥିବା ଆସ୍ଥା ବଜାୟ ରଖିବା, ଜନସସେବାକୁ ରାଜନୀତିର ମୂଳମନ୍ତ୍ର ଭାବେ ଗ୍ରହଣ କରି କାମ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃଣମୂଳ ସ୍ତରରୁ ଆରମ୍ଭ କରି ଶୀର୍ଷସ୍ତରର ନେତାଙ୍କୁ ଆହ୍ବାନ ଦେଇଛନ୍ତି। ଓଡ଼ିଶାବାସୀଙ୍କ ସେବାରେ ପୁନଃ ସମର୍ପିତ କରି ରାଜ୍ୟ ପାଇଁ ନିଜର ପ୍ରତିବଦ୍ଧତା ଦୋହରାଇବା ଏବଂ ସମସ୍ତେ କୋଭିଡ୍‌ ନିୟମ ମାନି ସଂକ୍ରମଣରୁ ଦୂରେଇ ରହିବାକୁ ନବୀନ ମଙ୍ଗଳବାର ବିଜେଡିର ସମସ୍ତ ରାଜ୍ୟ କର୍ମକର୍ତ୍ତା, ଜିଲା ପର୍ଯ୍ୟବେକ୍ଷକ, ଏମ୍‌ପି, ବିଧାୟିକା, ବିଧାୟକ, ଜିଲା ସଭାପତି, ପ୍ରମୁଖ ଦଳୀୟ ସଂଗଠନ ରାଜ୍ୟ ସଭାପତି, ବ୍ଲକ ଓ ନଗର ସଭାପତିଙ୍କୁ ନବୀନ ଚିଠି ଲେଖିଛନ୍ତି। ରାଜ୍ୟବାସୀଙ୍କ ସେବାରେ ନିଜକୁ ଗତ ୨୩ ବର୍ଷ ଧରି ଉତ୍ସର୍ଗ କରିଆସିଥିବା ଏକ ଆଞ୍ଚଳିକ ଦଳ ପାଇଁ ଏହା କମ୍‌ ଗୌରବର ବିଷୟ ନୁହେଁ। ନବୀନ କହିଛନ୍ତି, କୋଭିଡ୍‌ ମହାମାରୀ ପରିସ୍ଥିତିରେ କର୍ମକର୍ତ୍ତାମାନେ ଯେଭିଳ ଧୈର୍ଯ୍ୟ, ତ୍ୟାଗ, ନିଷ୍ଠା ଏବଂ ଉତ୍ସର୍ଗୀକୃତ ସେବା ମନୋଭାବ ପ୍ରଦର୍ଶନ କରିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ରାଜ୍ୟର କୋଭିଡ୍‌ ପରିଚାଳନାକୁ ସମଗ୍ର ବିଶ୍ୱରେ ଜନ ସହଯୋଗ ଏବଂ ଅଭୂତପୂର୍ବ ଉଦାହରଣ ଭାବେ ଅଭିହିତ କରି ଓଡ଼ିଶାବାସୀଙ୍କ ସହଯୋଗର ଭୂୟଶୀ ପ୍ରଶଂସା କରିଛନ୍ତି। କୋଭିଡ୍‌ ସଂକ୍ରମିତଙ୍କ ଟେଷ୍ଟିଂଠାରୁ ଚିକିତ୍ସା ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବା ସହିତ ସଂକ୍ରମଣରୁ ସର୍ବାଧିକ ଲୋକଙ୍କୁ ସୁସ୍ଥ କରିବା ଏବଂ ମୃତ୍ୟୁ ହାରକୁ ସର୍ବନିମ୍ନ ସ୍ତରରେ ସୀମିତ ରଖିବାରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ହୋଇପାରିଛି।
ଓଡ଼ିଶାର ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନରେ ବିଜୁବାବୁଙ୍କ ନୀତି ଓ ଆଦର୍ଶରେ ଗଠିତ ଏହି ଆଞ୍ଚଳିକ ଦଳ ଓଡ଼ିଶାବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ନିରନ୍ତର ଉଦ୍ୟମ ଜାରିରଖିଛି। ଦଳର କର୍ମକର୍ତ୍ତା ତଥା ଗାଁରୁ ସହର ସବୁଠି ଲୋକସେବାରେ ନିୟୋଜିତ ଅଗଣିତ କର୍ମୀଙ୍କ ନିଷ୍ଠା, କଠିନ ପରିଶ୍ରମ ଓ ତ୍ୟାଗ ବିଜୁ ଜନତା ଦଳକୁ ଲୋକଙ୍କ ନିକଟତର କରିପାରିଛି। ବର୍ଷସାରା ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟକ୍ରମ, ସମାଜ କଲ୍ୟାଣ କାର୍ଯ୍ୟକ୍ରମ ଏବଂ ଲୋକସେବା ମାଧ୍ୟମରେ ରାଜ୍ୟବାସୀଙ୍କ ଆସ୍ଥାଭାଜନ ହୋଇପାରିଛି। ଦଳୀୟ ଏକତା, ଶୃଙ୍ଖଳା ବଜାୟ ରଖି ତ୍ୟାଗ ଏବଂ ନିଷ୍ଠାର ସହିତ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ପୂର୍ଣ୍ଣ ପ୍ରାଣରେ ସମର୍ପିତ କରିବା ହିଁ ହେବ ଏହି ପ୍ରତିଷ୍ଠା ଦିବସରୁ ଆଗାମୀ ଦିନ ପାଇଁ ଦଳୀୟ କାର୍ଯ୍ୟକ୍ରମ ଖସଡା। ପ୍ରତିଷ୍ଠା ଦିବସ ରାଜ୍ୟସ୍ତରରେ ଓ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀ ସ୍ତରରେ ପାଳନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri