ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ନବୀନଙ୍କ ସୁପାରିସ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବରିଷ୍ଠ ଆଇଏଫଏସ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କୁ ଦିଆଯିବ ବାଧ୍ୟତାମୂଳକ ଅବସର। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଥିବା ଗୁରୁବାର ସୂଚନା ମିଳିଛି। ତେବେ ପ୍ରଥମ ଥର ପାଇଁ ଜଣେ ସର୍ବଭାରତୀୟ ସେବା ଅଧିକାରୀଙ୍କୁ ଅବସର ପାଇଁ ସୁପାରିସ କରାଯାଇଛି।

ପ୍ରକାଶ ଯେ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି ଅଭୟକାନ୍ତ। ଏଥିସହ ଟାଟା ମୋଟର୍ସରେ ଚାକିରି ଦେବା ଆଳରେ ଜାଲ କାଗଜପତ୍ର ବଳରେ ଠକେଇ ମାମଲାରେ ଅଭୟଙ୍କ ପୁଅ ଆକାଶ ମଧ୍ୟ ଗିରଫ ହୋଇ ୧୪ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି। ତେବେ ଯାଞ୍ଚବେଳେ ବହୁ କୋଟିର ବେଆଇନ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ଏଥିସହ ଅଭୟକାନ୍ତ ତାଙ୍କ ଡ୍ରାଇଭର, ସମ୍ପର୍କୀୟ ଓ ଅନ୍ୟମାନଙ୍କ ନାମରେ ମଧ୍ୟ ବେଆଇନ ସମ୍ପତ୍ତି ଠୁଳ କରିଥିବା ଜଣାପଡିଛି। ତେଣୁ ଏହି ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ୨୦ ଜଣିଆ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସ୍‌ଆଇଟି) ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?