ଫିକା ପଡିଲା ନବୀନଙ୍କ ଚମକ: ନୂଆପଡ଼ାରେ ଦ୍ୱିତୀୟ ସ୍ଥାନ ପାଇଁ ସଂଘର୍ଷ କରୁଛି ବିଜେଡି

ନୂଆପଡ଼ା,୧୪ା୧୧: ଓଡ଼ିଶାରେ ବିଧାନସଭା ନିର୍ବାଚନ ପରାଜୟ ପରେ ପ୍ରଥମ ଉପନିର୍ବାଚନରେ ବିଜେଡି ହାରିବା ଅଭିମୁଖେ ଗତି କରୁଛି। ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଜୟ ଢୋଲକିଆ ଏକ ବୃହତ୍ ବିଜୟ ଆଡ଼କୁ ଅଗ୍ରସର ହେଉଛନ୍ତି, ଯାହା ପରେ ଦଳ ଶିବିରରେ ଉତ୍ସାହ ଦେଖାଦେଇଛି।

Image

ଭୋଟ୍ ଗଣତିର ୧୨ ରାଉଣ୍ଡ୍ ସୁଦ୍ଧା ଜୟ ଢ଼ୋଲକିଆ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବହୁ ଆଗରେ ଅଛନ୍ତି।

ଭୋଟ୍ ସଂଖ୍ୟା:

ଜୟ ଢ଼ୋଲକିଆ (ବିଜେପି): ୫୯,୩୬୬ ଭୋଟ୍

ସ୍ନେହାଙ୍ଗିନୀ ଛୁରିଆ (ବିଜେଡି): ୧୯,୦୫୩ ଭୋଟ୍

ଘାସିରାମ ମାଝୀ (କଂଗ୍ରେସ): ୧୭,୪୩୭ ଭୋଟ୍

ନିର୍ବାଚନ ପୂର୍ବରୁ ନବୀନ ପଟ୍ଟନାୟକ ପ୍ରଚାର କରିବା ସହିତ ଦଳ ଏହାର ଅନେକ ବଡ଼ ଛାମୁଆ ନେତାଙ୍କୁ ଦାୟିତ୍ୱ ଦେଇଥିଲେ ମଧ୍ୟ ବିଜେଡି ନୈରାଶ୍ୟଜନକ ପ୍ରଦର୍ଶନ କରିଛି।ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ପୁଣି ଥରେ ଉପନିର୍ବାଚନରେ ଦଳର ଏହି ଅଗ୍ରଣୀ ଓଡ଼ିଶା ରାଜନୀତିରେ ଦଳର କ୍ରମବର୍ଦ୍ଧିଷ୍ଣୁ ଶକ୍ତିକୁ ଦର୍ଶାଉଛି।

ବିଧାୟକ ରାଜେନ୍ଦ୍ର ଢ଼ୋଲକିଆ (ଜୟ ଢ଼ୋଲକିଆଙ୍କ ବାପା)ଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଥିଲା। ନଭେମ୍ବର ୧୧ରେ ହୋଇଥିବା ଏହି ଉପନିର୍ବାଚନରେ ୧୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ଏହି ଉପନିର୍ବାଚନରେ ରେକର୍ଡ ୮୩.୪୫% ମତଦାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri