ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ନବୀନଙ୍କ ଟୁଇଟ୍‌, ବଡ଼ କଥା କହିଦେଲେ…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି କହିଛନ୍ତି, ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ। ଏପରି ସମୟକୁ ସାମ୍ନା କରିବା ପାଇଁ ମହାପ୍ରଭୁ ପରିବାର ଲୋକଙ୍କୁ ଅସୀମ ଧୌଯ୍ୟ ଦିଅନ୍ତୁ। ମନକୁ ଏହା ଅଧିକ ବିଚଳିତ କରୁଛି ଯେ, କିପରି ଗୋଟେ ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇଯାଇପାରେ। ସବୁଠୁ କଷ୍ଟଦାୟକ ହେଉଛି, ଏହା କୌଣସି ଦୁର୍ଘଟଣା ନୁହେଁ, ବରଂ ଏପରି ଏକ ବ୍ୟବସ୍ଥାର ଫଳ; ଯାହା ସାହାଯ୍ୟ କରିବା ବଦଳରେ ଚୁପ ରହିଲା। ନ୍ୟାୟ ପାଇବାକୁ ସଂଗ୍ରାମ କରି କରି ଶେଷରେ ଝିଅଟି ଆଖି ବୁଜିଦେଲା।

ସେ ଅତି ସାହସିକତାର ସହ ତା’ ସହିତ ଘଟିଥିବା ଯୌନ ନିର୍ଯାତନା ବିଷୟରେ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରିଥିଲା। କଲେଜ ପଦାଧିକାରୀଙ୍କ ଦାରା ଅଣଦେଖା ହେବା ପରେ ସେ ଅଟକି ଯାଇ ନଥିଲା। ନ୍ୟାୟ ପାଇବାକୁ ସେ ଉଚ୍ଚଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଥିଲା। ଏପରି କି ବାଲେଶ୍ୱର ସାଂସଦଙ୍କୁ ମଧ୍ୟ ବ୍ୟକ୍ତିଗତ ଭାବେ ଭେଟି ନିଜ ଦୁଃଖ ବିଷୟରେ କହିଥିଲା।

ଜଣେ କେହି ବି ଯଦି ଉତ୍ତରଦାୟିତ୍ୱ ନେଇ ବ୍ୟକ୍ତିଗତ ଭାବେ ଏଥିରେ ହସ୍ତକ୍ଷେପ କରିଥାନ୍ତେ, ତେବେ ହୁଏତ ଝିଅଟିର ଜୀବନ ବଞ୍ଚିଯାଇଥାନ୍ତା। ସେ କେବଳ ଶାରୀରିକ ଆଘାତ ପାଇ ପ୍ରାଣ ହରାଇ ନାହିଁ, ବରଂ ରାଜ୍ୟ ସରକାରଙ୍କ ଅଣଦେଖା ପାଇଁ; ଯାହା ତାଙ୍କୁ ନିଜ ସଂଗ୍ରାମରେ ଏକାକି ଛାଡ଼ି ଦେଇଥିଲା। ପୁରା ଘଟଣାକ୍ରମରୁ ଜଣାପଡ଼ୁଛି, ଏହା ଆନୁଷ୍ଠାନିକ ବିଶ୍ୱାସଘାତକତାରୁ କିଛି କମ ନୁହେଁ; ଯାହା ଏକ ଯୋଜନାବଦ୍ଧ ଅନ୍ୟାୟ।

ମୁଁ ପୁଣିଥରେ ମାନ୍ୟବର ରାଜ୍ୟପାଳଙ୍କୁ ଅନୁରୋଧ କରୁଛି, ସେ ଏହା ସୁନିଶ୍ଚିତ କରୁନ୍ତୁ ଯେ, ନା କେବଳ କଲେଜ କର୍ତ୍ତୃପକ୍ଷ ବରଂ କ୍ଷମତାରେ ଥିବା ବ୍ୟକ୍ତିମାନେ ମଧ୍ୟ ଉତ୍ତରଦାୟୀ ହୁଅନ୍ତୁ, ଯେଉଁମାନେ ପୀଡ଼ିତାଙ୍କ ଆକୁଳ ଗୁହାରି ପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁ।

ପୀଡ଼ିତାଙ୍କ ଅମର ଆତ୍ମାର ସଦଗତି ହେଉ। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ମୁଁ ପୁଣିଥରେ ପ୍ରାର୍ଥନା କରୁଛି, ଏହି ଦାରୁଣ ଦୁଃଖକୁ ସାମ୍ନା କରିବା ପାଇଁ ସେ ପରିବାର ସଦସ୍ୟମାନଙ୍କୁ ଶକ୍ତି ଏବଂ ସାହସ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?