ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଚିନ୍ତା ବଢାଇଲା ନବୀନଙ୍କ ଟୁଇଟ୍‌, ବଡ଼ କଥା କହିଦେଲେ…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି କହିଛନ୍ତି, ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ। ଏପରି ସମୟକୁ ସାମ୍ନା କରିବା ପାଇଁ ମହାପ୍ରଭୁ ପରିବାର ଲୋକଙ୍କୁ ଅସୀମ ଧୌଯ୍ୟ ଦିଅନ୍ତୁ। ମନକୁ ଏହା ଅଧିକ ବିଚଳିତ କରୁଛି ଯେ, କିପରି ଗୋଟେ ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇଯାଇପାରେ। ସବୁଠୁ କଷ୍ଟଦାୟକ ହେଉଛି, ଏହା କୌଣସି ଦୁର୍ଘଟଣା ନୁହେଁ, ବରଂ ଏପରି ଏକ ବ୍ୟବସ୍ଥାର ଫଳ; ଯାହା ସାହାଯ୍ୟ କରିବା ବଦଳରେ ଚୁପ ରହିଲା। ନ୍ୟାୟ ପାଇବାକୁ ସଂଗ୍ରାମ କରି କରି ଶେଷରେ ଝିଅଟି ଆଖି ବୁଜିଦେଲା।

ସେ ଅତି ସାହସିକତାର ସହ ତା’ ସହିତ ଘଟିଥିବା ଯୌନ ନିର୍ଯାତନା ବିଷୟରେ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରିଥିଲା। କଲେଜ ପଦାଧିକାରୀଙ୍କ ଦାରା ଅଣଦେଖା ହେବା ପରେ ସେ ଅଟକି ଯାଇ ନଥିଲା। ନ୍ୟାୟ ପାଇବାକୁ ସେ ଉଚ୍ଚଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଥିଲା। ଏପରି କି ବାଲେଶ୍ୱର ସାଂସଦଙ୍କୁ ମଧ୍ୟ ବ୍ୟକ୍ତିଗତ ଭାବେ ଭେଟି ନିଜ ଦୁଃଖ ବିଷୟରେ କହିଥିଲା।

ଜଣେ କେହି ବି ଯଦି ଉତ୍ତରଦାୟିତ୍ୱ ନେଇ ବ୍ୟକ୍ତିଗତ ଭାବେ ଏଥିରେ ହସ୍ତକ୍ଷେପ କରିଥାନ୍ତେ, ତେବେ ହୁଏତ ଝିଅଟିର ଜୀବନ ବଞ୍ଚିଯାଇଥାନ୍ତା। ସେ କେବଳ ଶାରୀରିକ ଆଘାତ ପାଇ ପ୍ରାଣ ହରାଇ ନାହିଁ, ବରଂ ରାଜ୍ୟ ସରକାରଙ୍କ ଅଣଦେଖା ପାଇଁ; ଯାହା ତାଙ୍କୁ ନିଜ ସଂଗ୍ରାମରେ ଏକାକି ଛାଡ଼ି ଦେଇଥିଲା। ପୁରା ଘଟଣାକ୍ରମରୁ ଜଣାପଡ଼ୁଛି, ଏହା ଆନୁଷ୍ଠାନିକ ବିଶ୍ୱାସଘାତକତାରୁ କିଛି କମ ନୁହେଁ; ଯାହା ଏକ ଯୋଜନାବଦ୍ଧ ଅନ୍ୟାୟ।

ମୁଁ ପୁଣିଥରେ ମାନ୍ୟବର ରାଜ୍ୟପାଳଙ୍କୁ ଅନୁରୋଧ କରୁଛି, ସେ ଏହା ସୁନିଶ୍ଚିତ କରୁନ୍ତୁ ଯେ, ନା କେବଳ କଲେଜ କର୍ତ୍ତୃପକ୍ଷ ବରଂ କ୍ଷମତାରେ ଥିବା ବ୍ୟକ୍ତିମାନେ ମଧ୍ୟ ଉତ୍ତରଦାୟୀ ହୁଅନ୍ତୁ, ଯେଉଁମାନେ ପୀଡ଼ିତାଙ୍କ ଆକୁଳ ଗୁହାରି ପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁ।

ପୀଡ଼ିତାଙ୍କ ଅମର ଆତ୍ମାର ସଦଗତି ହେଉ। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ମୁଁ ପୁଣିଥରେ ପ୍ରାର୍ଥନା କରୁଛି, ଏହି ଦାରୁଣ ଦୁଃଖକୁ ସାମ୍ନା କରିବା ପାଇଁ ସେ ପରିବାର ସଦସ୍ୟମାନଙ୍କୁ ଶକ୍ତି ଏବଂ ସାହସ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri