ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପ୍ରଥମେ ନିଜ ରାଜ୍ୟକଥା ଚିନ୍ତା କରନ୍ତୁ । ସେ କହିଛନ୍ତି, ଭାଜପାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନେ ଓଡ଼ିଶା ଆସି ପ୍ରଚାର କରୁଛନ୍ତି । ଓଡ଼ିଶାକୁ ଏକନମ୍ବର କରିବାକୁ ପ୍ରତିଶ୍ରୁତି ଦେଉଛନ୍ତି । ସେମାନେ ପ୍ରଥମେ ନିଜ ରାଜ୍ୟ କଥା ଦେଖନ୍ତୁ । ଏହାଛଡ଼ା ମୁଣ୍ଡପିଛା ଋଣ ହିସାବରେ ଆସାମର ଋଣଭାର ଓଡ଼ିଶା ଠାରୁ ୨ଗୁଣା ଅଧିକ। ଏଣୁ ପ୍ରଥମେ ନିଜ ରାଜ୍ୟକଥା ବୁଝନ୍ତୁ ।

ଶୁକ୍ରବାର ମଧ୍ୟ କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ କଡ଼ା ସମାଲୋଚନା କରିଥିଲେ। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ ଟୁରିଷ୍ଟ ବା ରାଜନୈତିକ ପର୍ଯ୍ୟଟକ କହି ନବୀନ ଆକ୍ଷେପ କରିଥିଲେ। ଜାତୀୟ ନ୍ୟୁଜ ସରବରାହ ସଂସ୍ଥା ‘ପିଟିଆଇ’କୁ ସାକ୍ଷାତାକାର ଦେଇ ଏଭଳି ମନ୍ତବ୍ୟ ଦେଇଥିଲେ।

ସାକ୍ଷାତାକାରରେ ସେ କହିଛନ୍ତି, ନିର୍ବାଚନ ବେଳେ ଓଡ଼ିଶାକୁ ପଲିଟିକାଲ ଟୁରିଷ୍ଟ ଆସନ୍ତି। କିଛି ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ କେବଳ ନିର୍ବାଚନ ସମୟରେ ପଲିଟିକାଲ ଟୁରିଷ୍ଟ ଭଳି ଓଡ଼ିଶା ଆସନ୍ତି, ପରେ ସେମାନେ ଦେଖାଯାଆନ୍ତି ନାହିଁ। ଓଡ଼ିଶାବାସୀଙ୍କ ଉପରେ ଭାଜପାର କେନ୍ଦ୍ରୀୟ ନେତାଙ୍କ ବକ୍ତବ୍ୟର କୌଣସି ପ୍ରଭାବ ପଡ଼ିବ ନାହିଁ। ଦୁର୍ଭାଗ୍ୟର ବିଷୟ ଏହି ନେତାମାନଙ୍କ ମଧ୍ୟରୁ ଅଧିକାଂଶ ଆଶାଳୀନ ଭାଷା ପ୍ରୟୋଗ କରୁଛନ୍ତି। ଯାହାକି ଦୁର୍ଭାଗ୍ୟଜନକ। କିନ୍ତୁ ଏଥିରେ ମୁଁ ବିଶ୍ବାସ କରେନି। ଭାଜପାର ଏଭଳି ଭାଷାକୁ ରାଜ୍ୟବାସୀ ପସନ୍ଦ କରନ୍ତିନି କି ପ୍ରଶୟ ମଧ୍ୟ ଦିଅନ୍ତିନି ବୋଲି ନବୀନ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri