Posted inଜାତୀୟ

ଇସ୍ତଫା ଦେଲେ ସିଦ୍ଧୁଙ୍କ ପରାମର୍ଶଦାତା: କଶ୍ମୀର, ଇନ୍ଦିରା ଗାନ୍ଧୀଙ୍କୁ ନେଇ ଦେଇଥିଲେ ବିବାଦୀୟ ବୟାନ

ଚଣ୍ଡିଗଡ଼,୨୭ ।୮: କଶ୍ମୀର ଓ ଇନ୍ଦିରା ଗାନ୍ଧୀଙ୍କୁ ନେଇ ବିବାଦୀୟ ବୟାନ ଦେଇଥିବା ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁଙ୍କ ପରାମର୍ଶଦାତା ମାଲବିନ୍ଦର ସିଂ ମାଲି ତାଙ୍କ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି । କଂଗ୍ରେସ ହାଇକମାଣ୍ଡରଙ୍କ ପକ୍ଷରୁ ମାଲିଙ୍କୁ ହଟାଇବାକୁ ସିଦ୍ଧୁଙ୍କୁ ପରୋକ୍ଷ ଭାବେ କୁହାଯାଇଥିଲା । ତେବେ ଇସ୍ତଫା ଦେବା ସମୟରେ ମାଲି ନିଜ ଉପରେ ଆକ୍ରମଣ ଆଶଙ୍କା କରିଛନ୍ତି । ସେ କହିଛନ୍ତି, ଯଦି ମୋ ଉପରେ ଆକ୍ରମଣ ହୁଏ ତେବେ ଏଥିପାଇଁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ, କଂଗ୍ରେସ ଏମ୍‌ପି ମନିଷ ତିୱାରି, ଅକାଳି ଦଳ ନେତା ସୁଖବିନ୍ଦର ସିଂ ବାଦଲ, ବିକ୍ରମ ମଜିଠିୟା, ଏଏପି ନେତା ରାଘବ ଚଢା ଓ ଭାଜପା ନେତା ସୁଭାଷ ଶର୍ମା ଆଦି ଦାୟୀ ରହିବେ । ସୂଚନାଯୋଗ୍ୟ, ମାଲବିନ୍ଦର ସିଂ ସୋସିଆଲ ମିଡିଆରେ କଶ୍ମୀରକୁ ନେଇ ଭାରତ ବିରୋଧୀ ପୋଷ୍ଟ ଲେଖିବା ସହ ଇନ୍ଦିରା ଗାନ୍ଧୀଙ୍କର ଏକ ଆପତ୍ତିଜନକ ଫଟୋ ଶେୟାର କରିଥିଲେ । ଯାହାକୁ ନେଇ କଂଗ୍ରେସ ବି ଏହାକୁ ବିରୋଧ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?