Posted inଜାତୀୟ

ସିଦ୍ଧୁ ହେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ!

ଚଣ୍ଡିଗଡ଼,୧୯ ।୯: ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ କ୍ୟାପଟେନ ଅମରିନ୍ଦର ସିଂ ଶନିବାର ଇସ୍ତଫା ଦେବା ପରେ ଏବେ ସେଠାକାର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଚାଲିଛି ଆଲୋଚନା । ଏହାର ଦାୟିତ୍ୱ ଦଳ ହାଇକମାଣ୍ଡକୁ ଦିଆଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ଦୌଡରେ ଜଣେ ପରେ ଜଣେ ନେତାଙ୍କ ନାମ ସାମିଲ ହେଉଥିବା ଦେଖାଯାଇଛି । ଶୁଣିବାକୁ ମିଳିଛି କି ପଞ୍ଜାବ ମୁଖ୍ୟମନ୍ତ୍ରୀ ପାଇଁ କ୍ରିକେଟର ତଥା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ କୁଆଡେ ଅଡି ବସିଛନ୍ତି । ଏହାକୁ ନେଇ କୁଆଡେ କଂଗ୍ରେସ ପର୍ଯ୍ୟବେକ୍ଷକ ହାଇମାଣ୍ଡଙ୍କ ସହ କଥା ହୋଇଛନ୍ତି । ହେଲେ ହାଇକମାଣ୍ଡଙ୍କ ପକ୍ଷରୁ ଏ ସମ୍ପର୍କରେ କୌଣସି ସୂଚନା ମିଳି ନ ଥିବା ବେଳ ମୁଖ୍ୟମନ୍ତ୍ରୀ ଦୌଡରେ ଆହୁରି କେତେଜଣଙ୍କ ନାମ ସାମିଲ ହୋଇଯାଇଛି । ପ୍ରଥମ ଦାବିଦାର ଭାବେ ସୁନୀଲ ଜାଖଡ ଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ରହିଛନ୍ତି ନବଜୋତ ସିଂ ସିଦ୍ଧୁ, ଅମ୍ବିକା ସୋନି, ପ୍ରତାପ ସିଂ ବାଜୱା, ବିଜୟ ସିଂଗଲା । ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି ନବଜୋତ ସିଂ ସିଦ୍ଧୁ ଏବେ ପଞ୍ଜାବର ଶାସନ ଭାର ନେବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଆସନରେ ବସିବାକୁ ସିଦ୍ଧୁ କୁଆଡେ ଅଡି ବସିଛନ୍ତି । ମୁଖ୍ୟମନ୍ତ୍ରୀ ସହ ରବିବାର ଉପମୁଖ୍ୟମନ୍ତ୍ରୀଙ୍କ ନାମ ବି ଘୋଷଣା କରାଯିବ ଯାହା ହାଇକମାଣ୍ଡ ସ୍ଥିର କରିବେ । କୁହାଯାଉଛି କି ମୁଖ୍ୟମନ୍ତ୍ରୀ ଯଦି ହିନ୍ଦୁ ହେବେ ତେବେ ଉପମୁଖ୍ୟମନ୍ତ୍ରୀ ଶିଖ ହେବେ । ଯଦି ମୁଖ୍ୟମନ୍ତ୍ରୀ ଶିଖ ହେବେ ତେବେ ଉପମୁଖ୍ୟମନ୍ତ୍ରୀ ହିନ୍ଦୁ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri