Posted inଜାତୀୟ

ଚନ୍ନି ମୁଖ୍ୟମନ୍ତ୍ରୀ ହେଲେ ସିଦ୍ଧୁ ନେଇପାରନ୍ତି ବଡ ପଦକ୍ଷେପ

ଚଣ୍ଡିଗଡ଼,୫ ।୨: ପଞ୍ଜାବର ଶାସକ କଂଗ୍ରେସ ଦଳ ମଧ୍ୟରେ ଲାଗି ରହିଥିବା ଅନ୍ତଃ କଳହ ତୁଟିବାର ନାଁ ନେଉନି । ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଦଳରେ ତୁତୁ ମେମେ ଲାଗି ରହିଛି । ଏବେ ନବଜୋତ ସିଂ ସିଦ୍ଧୁ ଯେମିତି ଆକ୍ସନ ମୁଡରେ ଅଛନ୍ତି । ଯଦି ପୁଣିଥରେ ଚରଣଜିତ ସିଂ ଚନ୍ନି ମୁଖ୍ୟମନ୍ତ୍ରୀ ହୁଅନ୍ତି ତେବେ ସିଦ୍ଧୁ କିଛି ବଡ ପଦକ୍ଷେପ ନେଇପାରନ୍ତି ବୋଲି ଅନୁମାନ କରାଯାଉଛି । ଶୁକ୍ରବାର ସେ କଂଗ୍ରେସ ହାଇକମାଣ୍ଡଙ୍କ ପ୍ରତି ଇସାରା କରି କହିଛନ୍ତି ଉପରେ ବସିଥିବା ଲୋକେ(ହାଇକମାଣ୍ଡ) ଜଣେ ଦୁର୍ବଳ ମୁଖ୍ୟମନ୍ତ୍ରୀ ଚାହୁଛନ୍ତି ଯିଏକି ତାଙ୍କ ଇସରାରେ ନାଚି ପାରିବ । ଫେବୃୟାରୀ ୬ରେ କଂଗ୍ରେସ ପଞ୍ଜାବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାକୁ ଯାଉଥିବା ବେଳେ ଏହା ପୂର୍ବରୁ ସିଦ୍ଧୁଙ୍କ କଡା କଥା ରାଜନୀତି ମାହୋଲକୁ ଉଷ୍ମ କରିଛି । ସିଦ୍ଧୁ ଚନ୍ନିଙ୍କୁ ଦୁର୍ବଳ ମୁଖ୍ୟମନ୍ତ୍ରୀ ବୋଲି ପ୍ରମାଣ କରି ଦଳ ଲାଗି ଅଡୁଆ ସୃଷ୍ଟି କରି ପାରନ୍ତି ବୋଲି ଅନୁମାନ କରାଯାଉଛି ।
ସିଦ୍ଧୁ କହିଛନ୍ତି ଜଣେ ଭଲ ମୁଖ୍ୟମନ୍ତ୍ରୀଙ୍କୁ ବାଛିବା କେବଳ ପଞ୍ଜାବବାସୀଙ୍କ ହାତରେ ରହିଛି । ଅମୃତସରରେ ନିଜ ସମର୍ଥକଙ୍କ ଗହଣରେ ରହି ସିଦ୍ଧୁ କହିଛନ୍ତି, ଯଦି ନୂଆ ପଞ୍ଜାବ ଗଢିବାର ଅଛି, ତେବେ ଏହା ମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଛି । ଆପଣମାନେ ଏଥର ମୁଖ୍ୟମନ୍ତ୍ରୀ ବାଛିବେ । ଏପଟେ ଆଲୋଚନା ହେଉଛି ଯଦି ହାଇକମାଣ୍ଡ ପୁଣିଥରେ ଚନ୍ନିଙ୍କୁ ମୁଖ୍ୟମନ୍ତ୍ରୀ କରନ୍ତି ତେବେ ସିଦ୍ଧୁ ହୁଏତ କଂଗ୍ରେସ ଛାଡିଦେଇ ପାରନ୍ତି । ନିକଟରେ ସିଦ୍ଧୁଙ୍କ ପତ୍ନୀ ନବଜୋତ କୌର ସିଦ୍ଧୁ ଇସାରା ଦେଇ କହିଥିଲେ କି ଆମେ ପତ୍ନୀ-ପତି ପୁରୁଣା ପ୍ରଫେଶନକୁ ଫେରିପାରୁ ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri