ଜେଲ ଜୀବନ: କ୍ରିକେଟର, କମେଣ୍ଟେଟର ପରେ ଏବେ କ୍ଲର୍କ ସିଦ୍ଧୁ, ମିଳିବ ନାହିଁ ୩ ମାସର ପାରିଶ୍ରମିକ

ଚଣ୍ଡିଗଡ଼,୨୫ ।୫: ପଞ୍ଜାବର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ କ୍ରିକେଟର, କମେଣ୍ଟେଟର ପରେ ଏବେ କ୍ଲର୍କ ହୋଇଯାଇଛନ୍ତି । ୩୪ ବର୍ଷ ପୂର୍ବର ରୋଡ ରେଜ ମାମଲାରେ ପଟିଆଲା ସେଣ୍ଟ୍ରାଲ ଜେଲରେ ବନ୍ଦ ଥିବା ସିଦ୍ଧୁ ଏବେ ଜେଲ କାର୍ଯ୍ୟାଳୟରେ କ୍ଲରିକାଲ କାମ କରିବେ । ଜେଲର ସୁରକ୍ଷା ଦୃଷ୍ଟିରୁ ସିଦ୍ଧୁଙ୍କୁ କ୍ଲରିକାଲ କାମ ଦେବାକୁ ନିଷ୍ପତ୍ତି ନିଆଯାଇଛି । ସୁପ୍ରିମକୋର୍ଟ ଏହି ମାମଲାରେ ସିଦ୍ଧୁଙ୍କୁ ୧ ବର୍ଷର କାରାଦଣ୍ଡରେ ଦଣ୍ଡିତ କରିଥିଲା ବେଳେ ଜେଲ ବିଭାଗ ପକ୍ଷରୁ ତାଙ୍କର ସଜା ସମୟ ମଧ୍ୟରେ ଜେଲରେ କ୍ଲରିକାଲ କାମ ଦେବାକୁ ନିଷ୍ପତ୍ତି ନିଆଯାଇଛି ।

ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ସିଦ୍ଧୁଙ୍କୁ ସଜା ଶୁଣାଇବା ପରେ ସେ ପଟିଆଲା କୋର୍ଟରେ ଆତ୍ମସମର୍ପଣ କରିଥିଲେ । ଏହାପରଠାରୁ ତାଙ୍କୁ ପଟିଆଲା ଜେଲର ବାରାକ ନମ୍ବର ୧୦ରେ ରଖାଯାଇଛି । ତେବେ ଜେଲ ଅଧିକ୍ଷକ ମନଜିତ ସିଂ ଟିୱାଣା କହିଛନ୍ତି ସିଦ୍ଧୁ ଉଚ୍ଚ ଶିକ୍ଷିତ ହୋଇଥିବାରୁ ତାଙ୍କୁ ଜେଲର କ୍ଲରିକାଲ କାମ ଦିଆଯାଇଛି । ଏଥିପାଇଁ ତାଙ୍କୁ କାର୍ଯ୍ୟାଳୟକୁ ଆସିବାକୁ ପଡିବ ନାହିଁ । ବାରାକ ନମ୍ବର ୧୦ରେ ସବୁଦିନ ଫାଇଲ ତାଙ୍କ ନିକଟରେ ପହଞ୍ଚିଯିବ । ସେ ସକାଳ ୯ଟାରୁ ସନ୍ଧ୍ୟା ୫ଟା ମଧ୍ୟରେ ଯେତେବେଳେ ଚାହିଁବେ ଅଫିସ କାମ କରିପାରିବେ ଓ ଯେତେବେଳେ ଚାହିଁବେ ବିଶ୍ରାମ ନେଇ ପାରିବେ । ପ୍ରଥମ ୩ ମାସ ତାଙ୍କର ଟ୍ରେନିଂ ପରିୟଡ ହୋଇଥିବାରୁ ଏଥିପାଇଁ ତାଙ୍କୁ କୌଣସି ପାରିଶ୍ରମିକ ମିଳିବ ନାହିଁ । ତିନି ମାସ ପରେ ସେହି ସମୟର ପାରିଶ୍ରମିକ ଅନୁଯାୟୀ ତାଙ୍କୁ ତାଙ୍କର ପାରିଶ୍ରମିକ ପ୍ରଦାନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri