ପ୍ରଚାରରେ ଇମୋସନାଲ କାର୍ଡ ଖେଳିଲେ ସିଦ୍ଧୁଙ୍କ ଲଳନା

ଅମୃତସର,୧୧।୨: ବିଧାନସଭା ନିର୍ବାଚନ ପାଇଁ ପଞ୍ଜାବ ରାଜନୀତି ସରଗରମ ହୋଇଛି। ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ପ୍ରାର୍ଥୀମାନେ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଏହିକ୍ରମରେ ପଞ୍ଜାବ ଅମୃତସରର ପୂର୍ବ ବିଧାନସଭା ଆସନରୁ କଂଗ୍ରେସ ପକ୍ଷରୁ ନିର୍ବାଚନ ଲଢ଼ୁଥିବା ନବଜୋତ ସିଦ୍ଧୁ ମଧ୍ୟ ପଛରେ ନାହାନ୍ତି। ସିଦ୍ଧୁଙ୍କ ସହ ତାଙ୍କ ଲଳନା ରାବିଆ ସିଦ୍ଧୁ ମଧ୍ୟ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଶୁକ୍ରବାର ନିର୍ବାଚନୀ ପ୍ରଚାର ସମୟରେ ରାବିଆ ବିକ୍ରମ ସିଂହ ମାଜିଥିଆଙ୍କ ଉପରେ ଶବ୍ଦର ବାଣ ପ୍ରହାର କରିଛନ୍ତି। ସେ କହିଛନ୍ତି, ମଜିଠାରେ ତେଜରାତି ଦୋକାନରେ ମଧ୍ୟ ନିଶା ଦ୍ରବ୍ୟ ବିକ୍ରି ହେଉଛି। ତେବେ ଚଳିତ ନିର୍ବାଚନ କାହା ସହିତ କାହାର ପ୍ରତିଯୋଗିତା ହେଉଛି ତାହା ଜାଣିବାକୁ ପଡ଼ିବ। ଡ୍ରଗ୍ସ କବଳରୁ ନିଜ ପିଲାଙ୍କୁ ବଞ୍ଚାଇବେ ନା ସେମାନଙ୍କୁ ନିଶାରେ ଲିପ୍ତ ହେବାକୁ ଛାଡ଼ିଦେବେ ବୋଲି ରାବିଆ ଜନତାଙ୍କୁ ପ୍ରଶ୍ନ କରିଛନ୍ତି। ତେଣୁ ଲୋକଙ୍କୁ ଭଲଭାବେ ଜଣାଅଛି ସେମାନେ କାହାକୁ ଭୋଟ ଦେବେ। ପୂର୍ବରୁ ନିର୍ବାଚନ ସମୟରେ ଲୋକମାନେ ଟଙ୍କା ନେଇ ଭୋଟ ଦେଉଥିଲେ ହେଲେ ଚଳିତ ଥର ନୁହେଁ। ଆହୁରି ମଧ୍ୟ ସେ କହିଛନ୍ତି, ତାଙ୍କ ବାପା ସତ୍‌ ପଥରେ ଚାଲୁଛନ୍ତି ତେଣୁ ଆଗକୁ ବିଧାବିଘ୍ନ ଆହୁରି ଆସିପାରେ। ତେବେ ଯେ ଯେପର୍ଯ୍ୟନ୍ତ ବାପା ନିର୍ବାଚନରେ ବିଜୟ ହାସଲ କରିନାହାନ୍ତି ସେପର୍ଯ୍ୟନ୍ତ ସେ ବିବାହ କରିବେ ନାହିଁ ବୋଲି ରବିଆ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?