Posted inଜାତୀୟ

ଆମରଣ ଅନଶନ ଭାଙ୍ଗିଲେ ସିଦ୍ଧୁ

ନୂଆଦିଲ୍ଲୀ,୯।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା କ୍ରାଇମ୍‌ ବ୍ରାଞ୍ଚ ଆଗରେ ହାଜର ହୋଇଛନ୍ତି। ଏହାପରେ ଆମରଣ ଅନଶନ ଭାଙ୍ଗିଛନ୍ତି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ୍‌ ସିଂ ସିଦ୍ଧୁ। ଜୁନିୟର ସ୍ବରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରା ତେନିଙ୍କ ପୁଅ ଆଶିଷଙ୍କ ଗିରଫଦାରୀ ଦାବିରେ ମୃତ ଜର୍ନାଲିଷ୍ଟ ରମନ କଶ୍ୟପଙ୍କ ଘରେ ସିଦ୍ଧୁ ଆମରଣ ଅନଶନରେ ବସିଥିଲେ।

ଗତ ୩ ତାରିଖରେ ଘଟିଥିବା ହିଂସାରେ ଜର୍ନାଲିଷ୍ଟ ରମନଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ସମେତ ୮ ଜଣଙ୍କ ଜୀବନ ନେଇଥିଲା ଲଖିମପୁର ଖେରି ହିଂସା। ଉତ୍ତରପ୍ରଦେଶ ପୋଲିସ ସୋମବାର ଆଶିଷଙ୍କ ନାମରେ ଏକ ହତ୍ୟା ମାମଲା ରୁଜୁ କରିଥିଲା।

ବିଭିନ୍ନ ଚାଷୀ ସଂଗଠନକୁ ନେଇ ଗଠିତ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ କରାଯାଇଥିବା ଦାବି ଅନୁଯାୟୀ, କେନ୍ଦ୍ରମନ୍ତ୍ରୀ ଅଜୟଙ୍କ ଗସ୍ତକୁ ଲଖିମପୁର ଖେରି ଅଞ୍ଚଳରେ ଚାଷୀମାନେ ବିରୋଧ କରୁଥିଲେ। ମନ୍ତ୍ରୀ ସେ ବାଟ ଦେଇ ଆସିବେ ନାହିଁ ଜାଣିବା ପରେ ଚାଷୀମାନେ ଶାନ୍ତିପୂର୍ଣ୍ଣ ଭାବେ ଫେରୁଥିଲେ। ସେମାନଙ୍କ ଉପରେ କେନ୍ଦ୍ରମନ୍ତ୍ରୀ ଅଜୟଙ୍କ ପୁଅ ଆଶିଷ ୩ ଗାଡ଼ିରେ ଆନ୍ଦୋଳନକାରୀ ଚାଷୀଙ୍କୁ ଦଳି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri