Posted inଜାତୀୟ

୩୦ ଦିନରେ ୨୫ ହତ୍ୟା, କେମିତି ରହିବେ ଲୋକେ, ମାନ ସରକାରଙ୍କୁ ସିଦ୍ଧୁଙ୍କ ଟାର୍ଗେଟ

ଚଣ୍ଡିଗଡ଼,୮ ।୪: ପଞ୍ଜାବ କଂଗ୍ରେସର ପୂର୍ବତନ ପ୍ରଦେଶ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ଗୁରୁବାର ପଟିଆଲାରେ ରାଜ୍ୟର ଆମ ଆଦମୀ ପାର୍ଟି(ଏଏପି) ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ରାଜ୍ୟରେ ଗତ ୩୦ ଦିନ ମଧ୍ୟରେ ୨୫ଟି ହତ୍ୟା ହୋଇସାରିଲାଣି । ତେଣୁ ଏଠାରେ କେମିତି ରହିବେ ଲୋକେ । ଏଏପି ସରକାର ଦେଇଥିବା ପ୍ରତିଶ୍ରୁତି ମୁତାବକ ସର୍ବ ପ୍ରଥମେ ପଞ୍ଜାବୀଙ୍କୁ ସୁରକ୍ଷା ଦିଅନ୍ତୁ । ଯଦି ଲୋକେ ନିଜ ରାଜ୍ୟରେ ସୁରକ୍ଷିତ ନୁହେଁ ତେବେ ଏଠାରେ କେମତି ରହିବେ । ଏଏପି କେବଳ ଯୁବକଙ୍କୁ ବିଦେଶ ନ ଯାଇ ରାଜ୍ୟରେ ରୋଜଗାର ଦେବ କହି ଭୋଟ ହାତେଇ ନେଇ ସରକାର ଗଠନ କରିଦେଲା ବୋଲି ସିଦ୍ଧୁ ଅଭିଯୋଗ କରିଛନ୍ତି । ସୂଚନାଯୋଗ୍ୟ, ସିଦ୍ଧୁ ପଟିଆଲାର ଦୋଣକଲାଂରେ କବାଡି ଖେଳାଳୀ ଧରମିନ୍ଦର ସିଂହଙ୍କ ଘରକୁ ଶୋକ ପ୍ରକାଶ କରିବାକୁ ପହଞ୍ଚିଥିଲେ । ସେ କହିଥିଲେ ଏହି ଦୁଃଖ ସମୟରେ ଖେଳାଳୀଙ୍କ ପରିବାର ସହ କଂଗ୍ରେସ ରହିଛି, ପରିବାରକୁ ନ୍ୟାୟ ନିଶ୍ଚୟ ମିଳିବ ।
ଏହି ସମୟରେ ସିଦ୍ଧୁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗୱତ ମାନଙ୍କ ଉପରେ ଖୁବ ବର୍ଷିଥିଲେ । ସେ କହିଛନ୍ତି ପଞ୍ଜାବରେ ବେଳକୁ ବେଳ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି । ହେଲେ ମୁଖ୍ୟମନ୍ତ୍ରୀ ନିଜ ରାଜ୍ୟ ଛାଡି ଅନ୍ୟ ରାଜ୍ୟରେ ପ୍ରଚାର କାର୍ଯ୍ୟରେ ମାତିଛନ୍ତି । ସେ ଦୋଷୀଙ୍କୁ ଗିରଫ କରିବାକୁ ପୋଲିସକୁ ୩ ଦିନର ଅଏଟିମେଟମ ଦେଇଛନ୍ତି । ସିଦ୍ଧୁ କହିଛନ୍ତି ପୋଲିସ ପକ୍ଷରୁ ଯଦି କୌଣସି କାର୍ଯ୍ୟାନୁଷ୍ଠାନ ନିଆଗଲା ନାହିଁ ତେବେ ସେ ଆଗକୁ ରଣନୀତି ପ୍ରସ୍ତୁତ କରିବେ । ସୂଚନାଯୋଗ୍ୟ, ପଞ୍ଜାବ ୟୁନିଭର୍ସିଟି ନିକଟରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ କବାଡି କ୍ଲବର ମୁଖ୍ୟ ଧରମିନ୍ଦର ସିଂହ (୩୨)ଙ୍କୁ କେତେଜଣ ଲୋକ ଗୁଳିକରି ହତ୍ୟା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri