Posted inଜାତୀୟ

କଂଗ୍ରେସକୁ କେବଳ କଂଗ୍ରେସ ହରାଇ ପାରିବ: ସିଦ୍ଧୁ

ଚଣ୍ଡିଗଡ଼,୨୧ ।୧: ପଞ୍ଜାବ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସେଠାକାର ରାଜନୈତିକ ବାତାବରଣରେ ମଧ୍ୟ ସେତିକି ଉଷ୍ମତା ପରିଲକ୍ଷିତ ହେଉଛି । ନିକଟରେ ଏକ ଘରୋଇ ଟେଲିଭିଜନକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ କହିଛନ୍ତି କଂଗ୍ରେସକୁ କେହି ହରାଇ ପାରିବେ ନାହିଁ । କିନ୍ତୁ କଂଗ୍ରେସ ହିଁ କେବଳ କଂଗ୍ରେସକୁ ହରାଇପାରିବ ବୋଲି ସେ ମତ ରଖିଛନ୍ତି । ଅସଲ କଥା ହେଲା ଏବେ ପର୍ଯ୍ୟନ୍ତ ପଞ୍ଜାବର ଶାସକ ଦଳ କଂଗ୍ରେସ ମଧ୍ୟରେ କନ୍ଦଳ ତୁଟି ପାରୁନାହିଁ । ଏହାକୁ ନେଇ ସିଦ୍ଧୁ କହିଛନ୍ତି କଂଗ୍ରେସ ଯେତେବେଳ ପର୍ଯ୍ୟନ୍ତ ଏକଜୁଟ ରହିବ ତାକୁ କୌଣସି ଦଳ ହରାଇପାରିବ ନାହିଁ । ତେଣୁ ଆମ ଭିତରେ ଏକତା ଜରୁରୀ । ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ଉପରେ ସିଦ୍ଧୁ ଖପ୍ପା ଥିବା ଆଲୋଚନା ହେଉଥିବା ବେଳେ ସେ ଏହାକୁ ଖଣ୍ଡନ କରିଛନ୍ତି । ସିଦ୍ଧୁ କହିଛନ୍ତି ମୁଖ୍ୟମନ୍ତ୍ରୀ ଚନ୍ନି ଭଲ କାମ କରୁଛନ୍ତି । ତାଙ୍କ ସହ ମୋର କୌଣସି ମନୋମାଳିନ୍ୟ ନାହିଁ । କେବଳ ଗଣମାଧ୍ୟମ ଆମ ମଝିରେ ଫାଟ ସୃଷ୍ଟି କରୁଛି । ଅନ୍ୟପଟେ ସେ ଏଏପି ମୁଖ୍ୟ ଅରବିନ୍ଦ କେଜରିୱାଲକୁ ଖୋଲା ଚ୍ୟାଲେଞ୍ଜ ଦେଇ କହିଛନ୍ତି, ସେ କେଜରିୱାଲଙ୍କ ସହ ସମସ୍ତ ବିଷୟକୁ ନେଇ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି । ଏହାସହ ସିଦ୍ଧୁ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri