Posted inଜାତୀୟ

ପ୍ରଧାନମନ୍ତ୍ରୀ ପଞ୍ଜାବର ଅପମାନ କରିଛନ୍ତି: ସିଦ୍ଧୁ

ଚଣ୍ଡିଗଡ଼,୭ ।୧: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାକୁ ନେଇ ଲଗାତାର ଭାବେ ରାଜନୈତିକ ସରଗରମ ଲାଗି ରହିଛି । ଇତିମଧ୍ୟରେ ଶୁକ୍ରବାର ପଞ୍ଜାବ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ଏକ ଖବରଦାତା ସମ୍ମିଳନୀରେ ଭାରତୀୟ ଜନତା ପାର୍ଟି (ଭାଜପା) ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଦେଶର ଅପମାନ କରିଛନ୍ତି । ସିଦ୍ଧୁ କହିଛନ୍ତି ପ୍ରତି କଂଗ୍ରେସ କର୍ମୀ ଓ ପଞ୍ଜାବର ନାଗରିକ ଦେଶର ସୁରକ୍ଷା ପାଇଁ ଜୀବନକୁ ବାଜି ଲଗାଇ ଦେଉଛନ୍ତି । ପ୍ରଧାନମନ୍ତ୍ରୀ ଆପଣ ଭାରତୀୟ ଜନତା ପାର୍ଟିର ନୁହେଁ । ଆପଣ ସମସ୍ତଙ୍କ ପ୍ରଧାନମନ୍ତ୍ରୀ । ଆପଣଙ୍କ ଜୀବନର ମୂଲ୍ୟ ଛୋଟ ପିଲାମାନେ ବି ଜାଣନ୍ତି । ଆପଣ ଏହି ରାଜ୍ୟର ପଞ୍ଜାବୀଙ୍କର କହି ଅପମାନ କରୁଛନ୍ତି କି ଏଠାରେ ଆପଣଙ୍କ ଜୀବନ ପ୍ରତି ବିପଦ ରହିଛି । ଯେତିକି ତ୍ରିରଙ୍ଗା ଆପଣ ଓ ଆପଣଙ୍କ ଦଳ ଉଡାଇ ନ ଥିବ, ସେତିକି ତ୍ରିରଙ୍ଗା ଆମ ରାଜ୍ୟର ସୁପୁତ୍ରଙ୍କ ଉପରେ ଘୋଡାଇ ଦିଆଯାଇଛି ।
ସିଦ୍ଧୁ ଆହୁରି ମଧ୍ୟ କହିଛନ୍ତି, ପଞ୍ଜାବରେ ତାଙ୍କ ଜୀବନ ପ୍ରତି ବିପଦ ରହିଛି । ଏହା କେବଳ ଡ୍ରାମା । ଇଜ୍ଜତ ବଞ୍ଚାଇବାକୁ ସେ ଏମିତି କହିଛନ୍ତି । କାରଣ ଇତିହାସରେ ବୋଧହୁଏ ପ୍ରଥମଥର ଏମିତି ହୋଇଛି ୭୦ ହଜାର ସିଟ ଥାଇ ପ୍ରଧାନମନ୍ତ୍ରୀଙ୍କ ଭାଷଣ ଶୁଣିବାକୁ ମାତ୍ର ୫୦୦ ଲୋକ ପହଞ୍ଚିଛନ୍ତି । ଏବେ ମୋର ପ୍ରଶ୍ନ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା କେବଳ କ’ଣ ପଞ୍ଜାବ ପୋଲିସ ନିକଟରେ ସୀମିତ । ଏଥିରେ ଆଇବି, ର କିମ୍ବା ଅନ୍ୟ ଏଜେନ୍ସି ସାମିଲ ନାହାନ୍ତି । ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପଞ୍ଜାବ ଗସ୍ତ ସମୟରେ କେତେଜଣ ଲୋକ ବିରୋଧ ପ୍ରଦର୍ଶନ କରିବାକୁ ମୋଦିଙ୍କ ଗାଡି ବାଟରେ ପ୍ରାୟ ୨୦ ମିନିଟ କାଳ ଅଟକି ରହିଥିଲା । ଏହା ଯେଉଁଠି ଅଟକିଥିଲା ତାହା ଏକ ସମ୍ବେଦନଶୀଳ ଅଞ୍ଚଳ ହୋଇଥିବାରୁ ଏବେ ଏହାକୁ ନେଇ ରାଜନୀତି ହୋଇଛି ସରଗରମ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri