Posted inଜାତୀୟ

ସଞ୍ଜୟଙ୍କ ଗିରଫ ପରେ ଖୁସିରେ ଝୁମିଲେ ନବନୀତ

ମୁମ୍ବାଇ,୧।୮: ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କୁ ପାତ୍ରା ଚୌଲ ଜମି ଦୁର୍ନୀତି ମାମଲାରେ ଗିରଫ କରିଛି ଇଡି। ଏହି ଘଟଣାକୁ ନେଇ ଖୁସି ପ୍ରକାଶ କରିଛନ୍ତି ଅମରାବତୀ ଏମ୍‌ପି ନବନୀତ ରାଣା। ଶିବସେନା ଉପରେ ପ୍ରାୟତଃ ଟାର୍ଗେଟ୍‌ କରୁଥିବା ନବନୀତ୍‌ କହିଛନ୍ତି, ଅନେକ ମାସ ପୂର୍ବରୁ ଇଡି ଦ୍ୱାରା ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ୍‌ ଥିଲା। ପାତ୍ରା ଚୌଲ ସମେତ ଅନେକ ସ୍ଥାନରେ ଦୁର୍ନୀତି ହୋଇଛି। ସଞ୍ଜୟ ରାଉତ ୨୫ ରୁ ୩୦ କମ୍ପାନୀରେ ଅଂଶୀଦାର ଅଛନ୍ତି ଏବଂ ସେମାନଙ୍କ ସହିତ ମିଶି ଦୁର୍ନୀତି କରୁଥିଲେ। ଦୁର୍ନୀତି ମାଧ୍ୟମରେ ଜନସାଧାରଣଙ୍କ କଷ୍ଟ ଉପାର୍ଜିତ ଟଙ୍କା ଖାଉଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ଅଧିକାର ଇଡି ନିକଟରେ ରହିଛି। ଏମାନଙ୍କୁ ମହାରାଷ୍ଟ୍ର ଲୋକମାନେ ଉଚିତ୍‌ ଜବାବ ଦେବେ।
ସୂଚନାଯୋଗ୍ୟ, ମୁମ୍ବାଇର ପାତ୍ରା ଚୌଲ ଉନ୍ନତୀକରଣ କାର୍ଯ୍ୟରେ ସଞ୍ଜୟଙ୍କ ସ୍ତ୍ରୀ ଏବଂ ସହଯୋଗୀଙ୍କ ସଂପୃକ୍ତି ନେଇ ଅନିୟମିତତା ଅଭିଯୋଗ ହୋଇଛି। ଏନେଇ ମୁମ୍ବାଇର ବକୋଲା ଥାନାରେ ଜଣେ ମହିଳା ସଞ୍ଜୟଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ କରିଛନ୍ତି। ଗତକାଲି ସକାଳ ୭ଟାରେ ସିଆରପିଏଫ ଯବାନଙ୍କ ସହାୟତାରେ ଇଡି ସଞ୍ଜୟ ରାଉତଙ୍କ ଘର ମୈତ୍ରୀ ବଙ୍ଗଳାରେ ରେଡ ଆରମ୍ଭ କରିଥିଲା। ଦୀର୍ଘ ୯ ଘଣ୍ଟାର ଛାନଭିନ କରିବା ପରେ ସଞ୍ଜୟଙ୍କ ଘରୁ ଇଡି ୧୧ ଲକ୍ଷ ୫୦ ହଜାର ଟଙ୍କା ଜବତ କରିଥିଲା।
ନବନୀତ ଶିବସେନା ଉପରେ କ୍ରମାଗତ ଟାର୍ଗେଟ୍‌ କରିଆସୁଛନ୍ତି। ଉଦ୍ଧବ ଠାକରେ ସରକାର ସମୟରେ ସେ ଏବଂ ତାଙ୍କ ସ୍ବାମୀ ରବି ରାଣାଙ୍କୁ ଗିରଫ କରାଯାଇ ଜେଲକୁ ପଠାଇ ଦିଆଯାଇଥିଲା। ସେ ଉଦ୍ଧବ ଠାକରେଙ୍କ ଘର ବାହାରେ ହନୁମାନ ଚାଳିଶା ପଢିବାକୁ ଘୋଷଣା କରିବାରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ପ୍ରାୟ ଦୁଇ ସପ୍ତାହ ପରେ ନବନୀତ୍‌ ରାଣା ଏବଂ ତାଙ୍କ ସ୍ବାମୀଙ୍କୁ ଜାମିନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

ଡାକ୍ତର ଆନ୍ଦୋଳନ: ଚିକିତ୍ସା ଅଭାବରୁ ପ୍ରସୂତିଙ୍କ ମୃତ୍ୟୁ

ଖଡ଼ିଆଳ,୪ା୭ (ସୁଜିତ କୁମାର ପ୍ରଧାନ)- ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ଠିକ୍‌ ସମୟରେ ଚିକିତ୍ସା ନ ପାଇ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟିକଲେ ବିଚାରପତି

ଝରିଗାଁ,୪ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ କୋର୍ଟ ପରିସରରେ ଶନିବାର ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ଝରିଗାଁ କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି…

ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…

ବିଧାୟକଙ୍କ ନାଁରେ ଠକେଇ, ଥାନାରେ ଅଭିଯୋଗ…

ବାସୁଦେବପୁର,୪ା୭(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ତଥା ବିରୋଧି ଦଳର ଉପନେତା ଅଶୋକ କୁମାର ଦାସଙ୍କ ଫୋନ ନମ୍ବରକୁ ସାଇବର ଠକ ହ୍ୟାକ କରି…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri