Posted inଜାତୀୟ

ଉଦ୍ଧବଙ୍କୁ ନବନୀତଙ୍କ ଖୋଲା ଚ୍ୟାଲେଞ୍ଜ: ସାହସ ଅଛି ତ ମୋ ସହ ନିର୍ବାଚନ ଲଢି ଦେଖାଅ

ମୁମ୍ବାଇ,୮ ।୫: ହନୁମାନ ଚାଳିଶା ବିବାଦ ପରେ ଚର୍ଚ୍ଚାରେ ଥିବା ଅମରାବତୀର ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ସେ କହିଛନ୍ତି ଉଦ୍ଧବ ଠାକରେ ମହାରାଷ୍ଟ୍ରର ଯେ କୌଣସି ଆସନରୁ ନିର୍ବାଚନ ଲଢନ୍ତୁ ମୁଁ ତାଙ୍କ ସହ ଲଢିବାକୁ ପ୍ରସ୍ତୁତ ଅଛି । ସେ ଆହୁରି ମଧ୍ୟ କହିଛନ୍ତି ଆସନ୍ତା ନଗର ନିଗମ ନିର୍ବାଚନରେ ସେ ସମ୍ପୂର୍ଣ୍ଣ ଶକ୍ତି ନେଇ ଜନତାଙ୍କ ଭିତରକୁ ଯିବେ । ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଟାର୍ଗେଟ କରି କହିଛନ୍ତି ଆଗକୁ ଜନତା କହିବେ ରାମ ଓ ହନୁମାନଙ୍କ ନାମ ନେଉଥିବା ଲୋକଙ୍କୁ ହଇରାଣ କଲେ ପରିଣାମ କ’ଣ ହୋଇଥାଏ ।

ସୂଚନାଯୋଗ୍ୟ, ମୁମ୍ବାଇର ଲିଳାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ନବନୀତ ରାଣା ରବିବାର ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି । ହସ୍ପିଟାଲରୁ ବାହାରକୁ ଆସିବା ସମୟରେ ସେ ହାତରେ ହନୁମାନ ଚାଳିଶା ଧରିଥିବା ଦେଖାଯାଇଥିଲା । ଏହାପରେ ସେ ଗଣମାଧ୍ୟମ ସହ କଥା ହୋଇ କହିଥିଲେ ହନୁମାନ ଚାଳିଶା ପଢିବା ପାଇଁ ସେ ୧୪ ଦିନ କ’ଣ ୧୪ ବର୍ଷ ଜେଲରେ ରହିବାକୁ ପ୍ରସ୍ତୁତ ଅଛନ୍ତି । ୧୪ ବର୍ଷ ହିନ୍ଦୁ ଧର୍ମରେ ବହୁତ ମହତ୍ୱ ରଖେ । କାରଣ ୧୪ ବର୍ଷ ବନବାସ ପରେ ଭଗବାନ ରାମ ରାଜଗାଦିରେ ବସିଥିଲେ । ଏହି ଅମସରରେ ନବନୀତ କହିଥିଲେ ମୁଁ କୋର୍ଟର ନିର୍ଦ୍ଦେଶକୁ ସମ୍ମାନ କରୁଛି । ହେଲେ ସରକାର ମୋ ବିରୋଧରେ ଯେଉଁ ଅତ୍ୟାଚାର କରିଛନ୍ତି ଏହା ବିରୋଧରେ ମୁଁ ସ୍ୱର ଉଠାଇବି ।


Enter your email to get our daily news in your inbox.

All Right Reserved By Dharitri.Com

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri