Posted inଜାତୀୟ

ବାଚସ୍ପତିଙ୍କୁ ଚିଠି ଲେଖିଲେ ନବନୀତ: ଆଣିଲେ ସାଂଘାତିକ ଅଭିଯୋଗ

ମୁମ୍ବାଇ,୨୫।୪: ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଘର ସମ୍ମୁଖରେ ହନୁମାନ ଚାଳିଶା ପାଠ ପାଇଁ ଖୋଲା ଚାଲେଞ୍ଜ ଦେବା ପରେ ପୋଲିସ ଅମରାବତୀର ଏମ୍‌ପି ନବନୀତ୍‌ ରାଣା ଏବଂ ତାଙ୍କ ସ୍ବାମୀ ରବି ରାଣାଙ୍କୁ ଗିରଫ କରିଛି। ସୋମବାର ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ଏନେଇ ଏକ ଚିଠି ଲେଖିଛନ୍ତି ନବନୀତ୍‌। ଚିଠିରେ ସେ ଅନେକ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ ଲେଖିଛନ୍ତି, ମୋତେ ଏପ୍ରିଲ ୨୩ ୨୦୨୨ରେ ଖର ପୋଲିସ ଷ୍ଟେଶନକୁ ନିଆଯାଇଥିଲା। ମୁଁ ରାତିସାରା ପୋଲିସ ଷ୍ଟେଶନରେ କଟାଇଲି। ମୁଁ ପାଣି ପିଇବାକୁ କହିଲି କିନ୍ତୁ ମୋତେ ପାଣି ମଧ୍ୟ ଦିଆଯାଇ ନ ଥିଲା। ପୋଲିସର ଏଭଳି ବ୍ୟବହାର ମୋତେ ଆଶ୍ଚର୍ଯ୍ୟ କରିଥିଲା। ପୋଲିସ କର୍ମଚାରୀ କହିଥିଲେ, ମୁଁ ଏକ ଅନୁସୂଚିତ ଜାତିର ଅଟେ, ତେଣୁ ସେମାନେ ମୋତେ ଗ୍ଲାସରେ ପାଣି ଦେବେ ନାହିଁ। ଜାତି ଆଧାରରେ ମୋତେ ସିଧାସଳଖ ଦୁର୍ବ୍ୟବହାର କରାଯାଇଥିଲା ଏବଂ ଏହି କାରଣରୁ ମୋତେ ପିଇବାକୁ ପାଣି ଦିଆଯାଇ ନ ଥିଲା। ଗିରଫ ସମୟରେ ଶୌଚାଳୟ ବ୍ୟବହାର କରିବାକୁ ଇଚ୍ଛା ପ୍ରକାଶ କରିଥିଲି। ସେତେବେଳେ ପୋଲିସ କର୍ମଚାରୀମାନେ ଏଥିପ୍ରତି ଧ୍ୟାନ ଦେଇ ନ ଥିଲେ।
ରାଣା ଆହୁରି ମଧ୍ୟ ଚିଠିରେ ଲେଖିଛନ୍ତି, ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା ହିନ୍ଦୁତ୍ୱ ନୀତିରୁ ସମ୍ପୂର୍ଣ୍ଣ ବିଚ୍ୟୁତ ହୋଇ ସାଧାରଣ ଜନତାଙ୍କ ପ୍ରତି ବିଶ୍ୱାସଘାତକତା କରିବାକୁ ଚାହୁଁଛି। ମୁଁ ଶିବସେନାକୁ ଜାଗ୍ରତ କରିବାକୁ ଚାହୁଁଥିଲି। ଏହି କାରଣରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଯାଇ ତାଙ୍କ ବାସଭବନ ବାହାରେ ହନୁମାନ ଚାଳିଶା ଜପ କରିବି ବୋଲି କହିଥିଲା। ଏହା କୌଣସି ଧାର୍ମିକ ଉତ୍ତେଜନା ସୃଷ୍ଟି କରିବା ପାଇଁ ଉଦ୍ଦିଷ୍ଟ ନୁହେଁ ବୋଲି ନବନୀତ ଚିଠିରେ ଉଲ୍ଲେଖ କରିଛନ୍ତି।
ସୂଚନାଯୋଗ୍ୟ, ଗତ ଶନିବାର ଦିନ ନବନୀତ୍‌ ରାଣା ଏବଂ ତାଙ୍କ ସ୍ବାମୀ ରବି ରାଣା ମାତୋଶ୍ରୀ ବାହାରେ ହନୁମାନ ଚାଳିଶା ପାଠ କରିବାକୁ ଘୋଷଣା କରିଥିଲେ। ଏହାର ପ୍ରତିବାଦରେ ଶିବସେନା କର୍ମଚାରୀମାନେ ମାତୋଶ୍ରୀ ବାହାରେ ଏକାଠି ହୋଇଥିଲେ। ମୁହାଁମୁହିଁ ହେବାର ଭୟ କରି ପୋଲିସ ରାଣା ଦମ୍ପତିଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri