କାବୁଲରେ ନବରାତ୍ରୀ ପାଳନ

କାବୁଲ,୧୩ ।୧୦: ଆଫଗାନିସ୍ତାନକୁ ତାଲିବାନ ନିଜ କବଜାକୁ ନେବା ପରେ ଏଠାରେ ସ୍ଥିତି ସମ୍ପୂର୍ଣ୍ଣ ଭାବେ ବିଗିଡି ଯାଇଥିବା କଥା ସାରା ବିଶ୍ୱକୁ ଜଣା । ତାଲିବାନ ଶାସନରେ ଅତିଷ୍ଠ ହୋଇ ପଡିଛନ୍ତି ଆଫଗାନବାସୀ । ହେଲେ ନବରାତ୍ରୀ ଅବସରରେ ଆଫଗାନିସ୍ତାନରେ ରହୁଥିବା ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ କାବୁଲର ଆସମାଇ ମନ୍ଦିରରେ ଜମା ହୋଇ ଭଜନ କିର୍ତ୍ତନ କରିଥିବା ଜଣାପଡିଛି । ଧାର୍ମିକ ଆୟୋଜନରେ ଆଫଗାନିସ୍ତାନରେ ସାମାନ୍ୟ ଖୁସି ସହ ଭାରତର ଲୋକଙ୍କ ପାଇଁ ପ୍ରାର୍ଥନା ବି କରାଯାଇଛି । ଏହି ଅବସରରେ ଆଫଗାନିସ୍ତାନରେ ଥିବା ସଂଖ୍ୟାଲଘୁ ଶିଖ ଓ ଇସାଇ ସମ୍ପ୍ରଦାୟର ଲୋକେ ନବରାତ୍ରୀ ପାଳନ କରିଛନ୍ତି । ଏହି ଆୟୋଜନରେ ଜମା ହୋଇଥିବା ଲୋକେ ଆର୍ଥିକ ଓ ସାମାଜିକ ସମସ୍ୟାକୁ ଦର୍ଶାଇ ସେମାନଙ୍କୁ ଆଫଗାନିସ୍ତାନରୁ ସୁରକ୍ଷିତ ବାହାର କରିବା ପାଇଁ ଭାରତ ସରକାରଙ୍କୁ ନିବେଦନ କରିଛନ୍ତି । ସୂଚନାଯୋଗ୍ୟ, ୧୫ ଅଗଷ୍ଟରେ ତାଲିବାନ ପଂଜଶିର ବ୍ୟତୀତ ସମ୍ପୂର୍ଣ୍ଣ ଆଫଗାନିସ୍ତାନକୁ କବଜା କରିନେବା ସହ ୭ ସେପ୍ଟେମ୍ବରରେ ଅସ୍ଥାୟୀ ସରକାରର ଘୋଷଣା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri