ନବରାତ୍ରି ପାଇଁ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ:  ଶୈଳିପୁତ୍ରି ବେଶରେ ଦର୍ଶନଦେଲେ ଦୁଇଭଉଣୀ

ପୁରୁଷୋତ୍ତମପୁର,୨୨।୯(ସୀମାଞ୍ଚଳମିଶ୍ର): ନବରାତ୍ରି ପୂଜା ଲାଗି ଗଞ୍ଜାମ ଜିଲାର ପ୍ରଶିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଚଦେବୀ ମା’ ତାରାତାରିଣୀ ପୀଠରେ ସୋମବାର ଚଳଚଞ୍ଚଳ ହୋଇଉଠିଛି । ଏହି ଅବସରରେ ତାରାତାରିଣୀ ଦୁଇଭଉଣି ଶୈଳିପୁତ୍ରି ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଗତ ୧୩ ତାରିଖରୁ ଷୋଡ଼ଶ ଉପଚାର ପୂଜା କରାଯାଇ ମା’ଙ୍କୁ ଉତ୍ଥାପନ କରାଯାଇଥିବା ବେଳେ  ନବରାତ୍ରି ପୂଜାର ଆରମ୍ଭ ହୋଇଛି । ସକାଳୁ ଦ୍ୱାରା ପିଠା ନୀତି ପରେ ମଙ୍ଗଳ ଆଳତି ମାଜଣା  କରାଯାଇ ମାଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା।
ଏହି ନବରାତ୍ରି ପୂଜା ସମୟରେ ମାଙ୍କ ଦର୍ଶନ କରି ଅଖଣ୍ଡ ଦୀପ ଲଗାଇଲେ ସମସ୍ତ ମନସ୍କାମନା ପୂର୍ଣ୍ଣହୁଏ ବୋଲି ଲୋକଙ୍କ ବିଶ୍ବାସ ରହଛି। ଏ ନେଇ ଶ୍ରଦ୍ଧାଳୁଙ୍କ ଭିଡଜମିଛି। ଷୋଡ଼ଶ ଉପଚାର ପୂଜା ଆରମ୍ଭ ହେବା ଦିନ ଠାରୁ ସବୁଦିନ ଚଣ୍ଡୀପାଠ ସହ ବେଦ ମନ୍ତ୍ରରେ ତାରାତାରିଣୀଙ୍କ ପାହାଡ ପ୍ରକମ୍ପିତ ହେବାରେ ଲାଗିଛି । ଏହାକୁ ଦେଖିବା ସହ ଦୀପ ଲଗାଇବା ଓ ମା’ଙ୍କ ଆଶିର୍ବାଦ ଭିକ୍ଷାଲାଗି ବହୁ ଦୂରଦୂରାନ୍ତରୁ ଭକ୍ତମାନେ ଛୁଟି ଆସିଛନ୍ତି। ଭକ୍ତମାନେ ଯେପରି ସୁରକ୍ଷିତ ଭାବରେ ନିଜନିଜର ଦୀପ ଲଗାଇପାରିବେ ସେ ନେଇ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ରଭାବେ ଅସ୍ଥାଇ ଦୀପ ଗୃହ ନିର୍ମାଣ କରାଯାଇଛି । ମନ୍ଦିର ନିର୍ବାହିଅଧିକାରୀ ଟିକେ ରେଡ୍ଡିଙ୍କ ତତ୍ୱାବଧାନରେ ସମସ୍ତ ସେବାୟତ ଓ ପୂରହିତ ପୂଜାପାଠକରିବାରେ ଲାଗିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri