ମଣ୍ଡପରେ ହୁଏ ନବରାତ୍ର ପୂଜା

ବ୍ରହ୍ମପୁର,୭ା୧୦(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ସହରରେ ଶାରଦୀୟ ଦୁର୍ଗା ପୂଜା ଲାଗି ପ୍ରସ୍ତୁତି ଜୋରଦାର ଚାଲିଛି। ପ୍ରତ୍ୟେକ ପୂଜା କମିଟିରେ ମେଢ, ମୂର୍ତ୍ତି ଓ ତୋରଣ ସାଜସଜା ରାଜ୍ୟ ତଥା ରାଜ୍ୟ ବାହାର କାରିଗରଙ୍କ ଦ୍ୱାରା କରାଯାଉଛି। ମହାଳୟାଠାରୁ ନବରାତ୍ର ପୂଜା ପୂଜା ଆରମ୍ଭ ହେବ। ଭିକ୍ଟୋରିଆ ମାର୍କେଟ ଦୁର୍ଗା ପୂଜା କମିଟି (ଗିରି ମାର୍କେଟ) ସହରରେ ପ୍ରଥମ କରି ନବରାତ୍ର ପୂଜା ଆରମ୍ଭ କରିଥିଲା। ୧୯୫୬ରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ଆରମ୍ଭ ହୋଇଥିଲା। କମିଟି ପକ୍ଷରୁ ଗୋପିନାଥ ମହାରଣା, ରାମକୃଷ୍ଣ ମହାରଣା, ରାମଚନ୍ଦ୍ର ମହାରଣା, ଭକ୍ତ ଚରଣ ମହାରଣା, ମୋହନ ମହାରଣା, କ୍ଷେତ୍ରବାସୀ ମହାରଣା ଓ ନିମେଇ ଦଳେଇ ମିଳିତ ଭାବେ ପୂଜା କାର୍ଯ୍ୟ ଆରମ୍ଭ କରିଥିଲେ। ପୂର୍ବରୁ ମୂର୍ତ୍ତିର ଉଚ୍ଚତା ୭ ଫୁଟ ରହିଥିଲା। ଏବେ ୧୦ ଫୁଟ ଉଚ୍ଚତା ବିଶିଷ୍ଟ ମୂର୍ତ୍ତି ନିର୍ମାଣ କରାଯାଉଛି। କୋଲକତା କାରିଗରଙ୍କ ଦ୍ୱାରା ମୂର୍ତ୍ତି ନିର୍ମାଣ କରାଯାଉଛି। ସେହିପରି ପ୍ରତିବର୍ଷ ଜରି ମେଢ ନିର୍ମାଣ କରାଯାଉଛି। ଯାହାକୁ କମିଟି ସଦସ୍ୟ ବିନା ମଜୁରୀରେ ନିର୍ମାଣ କରୁଛନ୍ତି। ଏହାର ଉଚ୍ଚତା ୧୪ ଫୁଟ ରହିଥିବା ବେଳେ ଓସାର ୧୫ ଫୁଟ ରହିଛି। ମଣ୍ଡପରେ ନବରାତ୍ର ପୂଜା ପରମ୍ପରା ରହିଥିବା କମିଟି ପକ୍ଷରୁ କୁହାଯାଇଛି। ଏଠାରେ ପୂଜା ପାଉଥିବା ମା’ଙ୍କ ମୃଣ୍ମୟ ମୂର୍ତ୍ତିଙ୍କ ନିକଟରେ କୌଣସି ମାନସିକ ରଖିଲେ ପୂରଣ ହୋଇଥାଏ ବୋଲି ସହରବାସୀଙ୍କ ବିଶ୍ୱାସ ରହିଛି। ମା’ଙ୍କ ପାଖରେ ୯ ଦିନ ଧରି ଅନ୍ନ ଭୋଗ କରାଯିବ ବୋଲି କମିଟିର ସଦସ୍ୟ ଜୟ ମହାରଣା କହିଛନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମ ଅପେକ୍ଷା ରୀତିନୀତିରେ ପୂଜାକୁ ଅଧିକ ଗୁରୁତ୍ୱ ଦିଆଯାଉଥିବା କମିଟି ପକ୍ଷରୁ କୁହାଯାଇଛି। ଭିକ୍ଟୋରିଆ ମାର୍କେଟ ଦୁର୍ଗା ପୂଜା କମିଟି ୨୦୦୫ରେ ସୁବର୍ଣ୍ଣ ଜୟନ୍ତୀ ପାଳନ କରିଛି। ବର୍ତ୍ତମାନ କମିଟି ପକ୍ଷରୁ ମନମୋହନ ଦଳେଇ, ପଦ୍ମ ମହାରଣା, ଲିଙ୍ଗରାଜ ମହାରଣା ଓ କୁନା ମହାରଣା ପ୍ରମୁଖ ପୂଜା କାର୍ଯ୍ୟ ପରିଚାଳନାରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ସରପଞ୍ଚ, ସମିତି ସଭ୍ୟଙ୍କ ପ୍ରତିନିଧିଙ୍କୁ ଅଟକ ପ୍ରତିବାଦ: ଧାରଣାରେ ବସିଲେ ପୂର୍ବତନ ଏମପି

ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ରାମପୁର ଗ୍ରାମରେ ରାମନବମୀ ଉପଲକ୍ଷେ ଅନୁଷ୍ଠିତ ଷୋହଳ ପ୍ରହର ନାମ ଯଜ୍ଞରେ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ଯୋଗଦାନ…

ମୁନିସିପେଣ୍ଠ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଆନ୍ଧ୍ରର ୩୦ ବିଡ଼ିଓ

ଛତ୍ରପୁର,୨୭।୩(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆନ୍ଧ୍ରପ୍ରଦେଶ ରାଜ୍ୟରୁ ୩୦ ଜଣିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପରିଦର୍ଶନ କରିଛନ୍ତି। ଉପସ୍ଥିତ ଥିବା ଅତିଥିଙ୍କ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri