କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ ଦୀପ ପ୍ରଜ୍ବଳନ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ସମଗ୍ର କୁଶପଲ୍ଲୀ ଓ ଆଖପାଖ ଅଞ୍ଚଳରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି।

ଏହି ଅବସରରେ ପୀଠରେ ପ୍ରତ୍ୟହ ଚଣ୍ଡୀପାଠ, ସୂର୍ଯ୍ୟପୂଜା, ଘୃତଯଜ୍ଞ ଓ ନବଦୁର୍ଗାଙ୍କ ବିଶେଷ ପୂଜାର୍ଚ୍ଚନା ଅନୁଷ୍ଠିତ ହେଉଛି। ପ୍ରଥମ ଦିନ (ପ୍ରତିପଦା) ରବିବାର ମା’ ଚାମୁଣ୍ଡା ‘ଶୈଳପୁତ୍ରୀ’ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଦ୍ୱିତୀୟା ସୋମବାର ବ୍ରହ୍ମଚାରିଣୀ ବେଶ ତୃତୀୟାରେ ଚନ୍ଦ୍ର ଘଣ୍ଟା ବେଶ, ଚତୁର୍ଥୀରେ କୁଷ୍ମଣ୍ଡା ବେଶ, ପଞ୍ଚମୀ ଦିନ ସ୍କନ୍ଦମାତା ବେଶ, ଷଷ୍ଠୀ ଦିନ କାତ୍ୟାୟନୀ ବେଶ, ସପ୍ତମୀରେ କାଳରାତ୍ରି ବେଶ ଅଷ୍ଟମୀରେ ମହା ଗୌରୀ ବେଶ, ନବମୀରେ ସିଦ୍ଧି ଦାତ୍ରୀ ଓ ଦଶମୀରେ ବିଜୟୀ ଦଶମୀ ପାଳନ ହେବ। ପ୍ରତ୍ୟେକ ଦିନ ଘୃତଯଜ୍ଞ ଓ ଚଣ୍ଡୀପାଠ ଅନୁଷ୍ଠିତ ହେବ ବୋଲି ଆୟୋଜକ ଚାମୁଣ୍ଡା ଶକ୍ତି ପୀଠ ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି। ମା’ଙ୍କର ପୀଠରେ ବିଭିନ୍ନ ଅତ୍ୟାଧୁନିକ ଆଲୋକ ମାଳାରେ ସୁସଜ୍ଜିତ ହୋଇଛି। ଏହି ନବରାତ୍ର ପୂଜାକୁ କମିଟି ସଭାପତି ଟୁକୁନା ସାହୁ, ଉପସଭାପତି ଲିଙ୍ଗରାଜ ମହାପାତ୍ର (ସାନ), ସମ୍ପାଦକ ଡି ରାଜେନ୍ଦ୍ର, କୋଷଧ୍ୟକ୍ଷ ସମୀର ବିଶ୍ୱାଳ, ସଦସ୍ୟ କୃଷ୍ଣ ପଲାଇ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଭାଗ୍ୟ ରେଡ୍ଡୀ, ଭୀମସେନ ସାହୁ, ରାମରେଡ୍ଡୀ, ବିଶ୍ୱନାଥ ଦାସ ପ୍ରମୁଖ ପରିଚାଳନା କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?