Posted inଜାତୀୟ

ଭାରତୀୟ ନୌସେନାକୁ ମିଳିଲା ନୂତନ ମୁଖ୍ୟ; ଆଡମିରାଲ ଦୀନେଶ ତ୍ରିପାଠୀ ସମ୍ଭାଳିବେ ଦାୟିତ୍ୱ

ନୂଆଦିଲ୍ଲୀ,୩୦।୪: ଭାରତୀୟ ନୌସେନାକୁ ମିଳିଛି ନୂତନ ମୁଖ୍ୟ। ଆଡମିରାଲ ଦୀନେଶ କୁମାର ତ୍ରିପାଠୀ ମଙ୍ଗଳବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ନୌସେନାର ଉପମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ। ନୌସେନା ମୁଖ୍ୟ ଭାବେ ଆଡମିରାଲ ହରି କୁମାରଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କୁ ଏହି ପଦବୀ ପାଇଁ ଚୟନ କରାଯାଇଥିଲା । ଆଜି ଦିଲ୍ଲୀରେ ନୌସେନା ମୁଖ୍ୟାଳୟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି ।

ବର୍ତ୍ତମାନର ନୌସେନା ମୁଖ୍ୟ ପିଭିଏସ୍‌ଏମ୍‌, ଏଭିଏସ୍‌ଏମ୍‌, ଭିଏସ୍‌ଏମ୍‌ ଆଡମିରାଲ ଆର. ହରି କୁମାରଙ୍କ କାର୍ଯ୍ୟକାଳ ଶେଷ ହୋଇଛି । ଏବେ ୨୬ ତମ ଭାରତୀୟ ନୌସେନା ମୁଖ୍ୟ ହୋଇଛନ୍ତି ଆଡମିରାଲ ତ୍ରିପାଠୀ । ସେ ନୌସେନାରେ ପ୍ରାୟ ୪୦ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ କରିବାର ଅଭିଜ୍ଞତା ରଖିଛନ୍ତି । ଏକାଧିକ ଗୁରୁ ଦାୟିତ୍ୱ ଓ ସାମୁଦ୍ରିକ ମିଶନର ନେତୃତ୍ୱ ମଧ୍ୟ ନେଇଛନ୍ତି ।

୧୯୬୪ ମସିହା ମେ’ ମାସ ୧୫ ତାରିଖରେ ଜନ୍ମଗ୍ରହଣ କରିଥିବା ଭାଇସ ଆଡମିରାଲ ଦୀନେଶ କୁମାର ତ୍ରିପାଠୀ ୧୯୮୫ ମସିହା ଜୁଲାଇ ପହିଲାରେ ଭାରତୀୟ ନୌସେନାରେ ଭର୍ତ୍ତି ହୋଇଥିଲେ। ସେ ପ୍ରାରମ୍ଭିକ ସମୟରେ ଜଣେ ନୌସନିକ ଭାବେ କାର୍ଯ୍ୟନିର୍ବାହୀ ଶାଖାରେ ଯୋଗ ଦେଇଥିଲେ। ଜଣେ ଯୋଗାଯୋଗ ଏବଂ ବୈଦ୍ୟୁତିକ ଯୁଦ୍ଧ ବିଶେଷଜ୍ଞ ଭାବେ ତାଙ୍କର ଅଭିଜ୍ଞତା ରହିଛି । ସେ ପ୍ରାୟ ୩୯ ବର୍ଷ ଧରି ନୌସେନାରେ ଏକାଧିକ ବରିଷ୍ଠ କମାଣ୍ଡିଂ ପଦରେ କାର୍ଯ୍ୟଭାର ସମ୍ଭାଳିଛନ୍ତି । ନୌସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସେ ପଶ୍ଚିମ-ନୌସେନା କମାଣ୍ଡର ଫ୍ଲାଗ ଅଫିସର କମାଣ୍ଡିଂ-ଇନ-ଚିଫ୍‌ ଭାବରେ ମୁମ୍ବାଇ ନୌସେନା ବେସରେ କାଯ୍ୟରତ ଥିଲେ ।

କାର୍ଯ୍ୟଭାର ସମ୍ଭାଳିବା ପରେ ଆଡମିରାଲ ତ୍ରିପାଠୀ କହିଛନ୍ତି, ସେ ନୌସେନାରେ ନୂତନ ପଦ୍ଧତି ସାମିଲ କରି ଆତ୍ମନିର୍ଭର କରିବା ପ୍ରୟାସକୁ ଆଗକୁ ନେବେ। ସାମୁଦ୍ରିକ ସୀମାରେ ଦେଖାଯାଉଥିବା ଚ୍ୟାଲେଞ୍ଜକୁ ଦେଖି ଭାରତୀୟ ନୌସେନାକୁ ସମ୍ଭାବିତ ଶତ୍ରୁଙ୍କ ମୁକାବିଲା କରିବା ଲାଗି ପରିଚାଳନାଗତ ଦୃଷ୍ଟି ଉପରେ ନଜର ରଖିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri