ବୁଡ଼ାଜାହାଜରେ ମହିଳାଙ୍କୁ ବଳାତ୍କାର ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ନୌସେନା ମୁଖ୍ୟ

ଲଣ୍ଡନ,୨୯ା୧୦: ବୁଡ଼ାଜାହାଜରେ ମହିଳାଙ୍କୁ ବଳାତ୍କାର ନେଇ ନୌସେନା ମୁଖ୍ୟ ଚିନ୍ତିତ ବୋଲି କହିଛନ୍ତି। ବୁଡ଼ାଜାହାଜ ମଧ୍ୟରେ ମହିଳାଙ୍କୁ ଧମକ ଓ ବଳାତ୍କାର ମାମଲାରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପୂର୍ବତନ ରୟାଲ ନୌସେନା ଲେଫ୍ଟନାଣ୍ଟ ସୋଫି ବ୍ରୁକ୍‌ଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ତାଙ୍କୁ ଶାରୀରିକ ତଥା ମାନସିକ ନିର୍ଯାତନା ଦିଆଯାଇଛି। ସେ ଏହା ମଧ୍ୟ ଦାବି କରିଛନ୍ତି ଯେ, ଯେତେବେଳେ ବି ଜଣେ ମହିଳା ବୁଡ଼ା ଜାହାଜରେ ଆସନ୍ତି, ସେତେବେଳେ ପୁରୁଷ କ୍ରୁ ସଦସ୍ୟମାନେ ତାଙ୍କୁ ଖରାପ ନଜରରେ ଦେଖନ୍ତି।

ବ୍ରୁକ ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି, ପୁରୁଷମାନେ ମହିଳା ସହକର୍ମୀଙ୍କ ଏକ ‘କ୍ରସ୍‌ ଡେପ୍‌ଥ ବଳାତ୍କାର ତାଲିକା’ ପ୍ରସ୍ତୁତ କରିଛନ୍ତି, ଯେଉଁଥିରେ ବୁଡ଼ାଜାହାଜରେ ଥିବା ପୁରୁଷମାନେ ମହିଳା ସହକର୍ମୀମାନଙ୍କୁ ସମୁଦ୍ରରେ ବଳାତ୍କାର କରିବାକୁ ବ୍ୟବସ୍ଥା କରିଥିଲେ। ସେ କହିଛନ୍ତି, ଏହି ତାଲିକାରେ ସେ ଷଷ୍ଠ ସ୍ଥାନରେ ଅଛନ୍ତି। ୩୦ ବର୍ଷୀୟ ବ୍ରୁକ୍‌ ଚଳିତ ବର୍ଷ ରୟାଲ ନୌସେନା ଛାଡ଼ିଥିଲେ ଏବଂ ପରେ ବୁଡ଼ାଜାହାଜ ଗତିବିଧି ବିଷୟରେ ଏକ ଇମେଲ ମାଧ୍ୟମରେ ଅତ୍ୟଧିକ ସମ୍ବେଦନଶୀଳ ସୂଚନା ଦେଇଥିବାର ତାଙ୍କୁ ଜେଲ୍‌ଦଣ୍ଡ ହୋଇଥିଲା।

ନୌସେନା ମୁଖ୍ୟ ଆଡମ ବେନ୍‌ କହିଛନ୍ତି, ରୟାଲ ନୌସେନା ବିରୋଧରେ ହୋଇଥିବା ବଳାତ୍କାରର ସମସ୍ତ ଅଭିଯୋଗ ଅତ୍ୟନ୍ତ ନିନ୍ଦନୀୟ। ସେ ତାଙ୍କ ବିବୃତ୍ତିରେ କହିଛନ୍ତି, ରୟାଲ ନୌସେନାରେ ମହିଳାଙ୍କ ବଳାତ୍କାରକୁ ଆଦୌ ବରଦାସ୍ତ କରାଯିବ ନାହିଁ। ସେ ଆହୁରି ମଧ୍ୟ କହିଛନ୍ତି,ଏହି ସମସ୍ତ ଅଭିଯୋଗର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବାକୁ ମୁଁ ମୋର ବରିଷ୍ଠ ଦଳକୁ ନିର୍ଦ୍ଦେଶ ଦେଇଛି। ଯଦି ଏହି ମାମଲାରେ କେହି ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ତାଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri