Posted inଜାତୀୟ

ଆଇଏସ୍‌ଆଇ ଏଜେଣ୍ଟଙ୍କୁ ଅପରେଶନ ସିନ୍ଦୂର ତଥ୍ୟ ଦେଇ ନୌସେନା କିରାଣି ଗିରଫ

ଜୟପୁର,୨୬ା୬: ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ଜଣେ ଏଜେଣ୍ଟଙ୍କୁ ଟଙ୍କା ବଦଳରେ ଅପରେଶନ ସିନ୍ଦୂର ସମେତ ପ୍ରତିରକ୍ଷା ସମ୍ପର୍କିତ ସମ୍ବେଦନଶୀଳ ବିବରଣୀ ଦେଇଥିବା ଭାରତୀୟ ନୌସେନାର ଜଣେ କିରାଣିଙ୍କୁ ବୁଧବାର ଜୟପୁରରୁ ଗିରଫ କରାଯାଇଛି। ବିଶାଳ ଯାଦବ ନାମକ ଏହି କିରାଣି ନୌସେନାର ନୂଆଦିଲ୍ଲୀସ୍ଥିତ ମୁଖ୍ୟାଳୟରେ ନିଯୁକ୍ତ ହୋଇଥିଲେ।

ରାଜସ୍ଥାନ ପୋଲିସର ଗୋଇନ୍ଦା ବିଭାଗ ଦୀର୍ଘ ମାସ ଧରି ତାଙ୍କ ଉପରେ ନଜର ରଖିବା ପରେ ଗିରଫ କରିଥିବା ଗୁରୁବାର ପୋଲିସ ଆଇଜି ବିଷ୍ଣୁକାନ୍ତ ଗୁପ୍ତା କହିଛନ୍ତି। ଯାଦବଙ୍କ ଘର ହରିୟାଣାର ରଓ୍ବୋରିରେ। ଭାରତୀୟ ମହିଳା ପରିଚୟ ଦେଉଥିବା ପାକିସ୍ତାନୀ ମହିଳା ହ୍ୟାଣ୍ଡଲରଙ୍କୁ ସେ ପ୍ରତିରକ୍ଷା ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଥିଲେ। ଏଥିପାଇଁ ସେ ମୋଟ ୨ ଲକ୍ଷ ଟଙ୍କା ଗ୍ରହଣ କରିଥିବା ସ୍ବୀକାର କରିଛନ୍ତି। ଅପରେଶନ ସିନ୍ଦୂର ତଥ୍ୟ ଦେବା ପାଇଁ ସେ ୫୦,୦୦୦ ଟଙ୍କା ପାଇଥିଲେ ବୋଲି କହିଛନ୍ତି।

ତାଙ୍କ ବିରୋଧରେ ବିଭିନ୍ନ ତଦନ୍ତକାରୀ ସଂସ୍ଥା ମିଳିତ ତଦନ୍ତ କରିବେ ବୋଲି ଜଣାପଡ଼ିଛି। ଗୋଇନ୍ଦା ସୂତ୍ର ଅନୁଯାୟୀ, ପ୍ରିୟା ଶର୍ମା ନାମରେ ଫେସ୍‌ବୁକ୍‌ରେ ମିଛ ପରିଚୟ ଦେଇଥିବା ପାକିସ୍ତାନୀ ହ୍ୟାଣ୍ଡଲରଙ୍କୁ ବନ୍ଧୁତା ଅନୁରୋଧକୁ ଯାଦବ ଗ୍ରହଣ କରିବା ପରେ ସେମାନଙ୍କ ମଧ୍ୟରେ ଯୋଗାଯୋଗ ହୋଇଥିଲା। ପରେ ସେମାନେ ହ୍ବାଟ୍ସଆପ୍‌ ଏବଂ ଟେଲିଗ୍ରାମ ଜରିଆରେ ନିୟମିତ ଯୋଗାଯୋଗରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri