Posted inଜାତୀୟ

ଜାହାଜ ଉପରେ ଯୋଗ କଲେ ନୌସେନା ଯବାନ

ନୂଆଦିଲ୍ଲୀ,୨୧ା୬:  ସାରା ବିଶ୍ୱର କୋଣ ଅନୁକୋଣରେ ଯୋଗାଭ୍ୟାସ କରାଯାଉଛି। ଯୋଗ ଦ୍ୱାରା ମନ ଶାନ୍ତ ଓ ଶରୀର ସୁସ୍ଥ ରହିଥାଏ । ଏହା ମାନସିକ ଓ ଆଧ୍ୟାତ୍ମିକ ଅଭିବୃଦ୍ଧିରେ ମଧ୍ୟ ସହାୟକ ହୋଇଥାଏ। ଏହାର ଉପାଦେୟତାକୁ ବୁଝି ପ୍ରତିବର୍ଷ ଜୁନ୍‌ ୨୧ରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଭାରତୀୟ ନୌସେନା ପକ୍ଷରୁ ଜାହାଜ ଉପରେ ଯୋଗ କରିଛନ୍ତି ଯବାନ। ସମୁଦ୍ର ଗର୍ଭରେ ଥାଇ ମଧ୍ୟ ସୁସ୍ଥତାର ବାର୍ତ୍ତା ଦେଇଛନ୍ତି ନୌସେନା ଯବାନ। ଏହାର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି।

ଯୋଗ ସାରା ବିଶ୍ୱରେ ବେଶ୍‌ ଜନପ୍ରିୟ ହୋଇଉଠିଛି। ଯୋଗକୁ ଆହୁରି ବ୍ୟାପକ ଭାବରେ ବିଶ୍ୱରେ ପ୍ରତିଷ୍ଠିତ କରାଇବା ଉଦ୍ଦେଶ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ଡିସେମ୍ବରରେ ଜାତିସଂଘର ସାଧାରଣ ପରିଷଦ ବୈଠକରେ ପ୍ରତିବର୍ଷ ଜୁନ୍‌ ୨୧କୁ ‘ଅନ୍ତର୍ଜାତୀୟ ଯୋଗ ଦିବସ’ ଭାବରେ ପାଳନ କରିବାକୁ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ସମର୍ଥନ କରିଥିଲେ ୧୭୭ ରାଷ୍ଟ୍ର। ତେବେ ଏଥିପାଇଁ ଜୁନ୍‌ ୨୧କୁ ଚୟନ କରିବାର କାରଣ ହେଲା ଏହି ଦିନ ସୂର୍ଯ୍ୟ ଆକାଶରେ ସବୁଠାରୁ ଉତ୍ତରରେ କର୍କଟକ୍ରାନ୍ତି ଉପରେ ପହଞ୍ଚିଥାନ୍ତି ଓ ପୃଥିବୀର ଉତ୍ତର ଗୋଲାର୍ଦ୍ଧରେ ଏହି ଦିବସଟି ବର୍ଷରେ ଦୀର୍ଘତମ। ୨୦୧୫ରୁ ଜୁନ୍‌ ୨୧ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri