Posted inଜାତୀୟ

ରୁଷିଆରେ ଫସିଥିବା ଭାରତୀୟ ବୁଡ଼ାଜାହାଜ ଆଣିବାକୁ ନୌସେନାର ଯୋଜନା

ନୂଆଦିଲ୍ଲୀ, ୧୩।୧: ୟୁକ୍ରେନ୍‌-ରୁଷିଆ ଯୁଦ୍ଧ ଯୋଗୁ ସାରା ବିଶ୍ୱ ପ୍ରଭାବିତ ହୋଇଛି। ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ କରିବା ନେଇ ପାଶ୍ଚାତ୍ୟ ରାଷ୍ଟ୍ର ଏହା ଉପରେ କଟକଣା ଲଗାଇଥିବା ବେଳେ ଏହାର ପରିଣାମ ଏବେ ଭାରତକୁ ଭୋଗିବାକୁ ପଡ଼ିଛି। ମରାମତି ସକାଶେ ଭାରତ ଡିଜେଲ୍‌-ଇଲେକ୍ଟ୍ରିକ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ସିନ୍ଧୁରତ୍ନକୁ ରୁଷିଆ ପଠାଇଥିଲା।

ହେଲେ ପାଶ୍ଚାତ୍ୟ ଦେଶର କଟକଣା ପାଇଁ ସିନ୍ଧୁରତ୍ନ ରୁଷିଆରେ ଦିର୍ଘଦିନ ଧରି ଫସି ରହିଛି। ପୁଣିଥରେ ସିନ୍ଧୁରତ୍ନ ଭାରତକୁ ଫେରିବା ନେଇ ଯୋଜନା ଆରମ୍ଭ ହୋଇଛି। ଏହି ବୁଡ଼ାଜାହାଜକୁ ଫେବୃୟାରୀରେ ଟ୍ରାନ୍ସପୋର୍ଟ ଶିପ୍‌ରେ ମୁମ୍ବାଇ ବନ୍ଦର ଦେଇ ଆଣିବାକୁ ଭାରତୀୟ ନୌସେନା ଯୋଜନା ପ୍ରସ୍ତୁତ କରିଛି। ଏଥିପାଇଁ ୩୫ ଦିନ ଲାଗିବ ବୋଲି ସୂଚନା ମିଳିଛି। ୨୦୧୪ ଫେବୃୟାରୀରେ ସିନ୍ଧୁରତ୍ନରେ ଭୟାବହ ଅଗ୍ନିକାଣ୍ଡ ଯୋଗୁ ଏହା କ୍ଷତିଗ୍ରସ୍ତ ହୋଇଥିଲା। ଏଥିରେ ୨ ଅଫିସରଙ୍କ ମୃତ୍ୟୁ ମଧ୍ୟ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri