ସମୁଦ୍ରରେ ତୈଳବାହୀ ଜାହାଜ; ୯ ଜଣଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା, ୭ ନିଖୋଜ

ନୂଆଦିଲ୍ଲୀ,୧୭।୭: ଓମାନ ନିକଟ ସମୁଦ୍ରରେ ବୁଡ଼ି ଯାଇଥିବା ତୈଳବାହୀ ଜାହାଜର ୯ ଜଣ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଜାହାଜରେ ସମୁଦାୟ ୧୬ ଜଣ ଲୋକ ଥିଲେ, ସେମାନଙ୍କ ମଧ୍ୟରୁ ୭ ଜଣ ଏବେ ମଧ୍ୟ ନିଖୋଜ ଅଛନ୍ତି। ଉଦ୍ଧାର ହୋଇଥିବା ୯ ଜଣଙ୍କ ମଧ୍ୟରୁ ୮ ଜଣ ଭାରତୀୟ ଏବଂ ୧ ଜଣ ଶ୍ରୀଲଙ୍କାର ନାଗରିକ ଅଟନ୍ତି। ସେହିଭଳି ନିଖୋଜ ଥିବା ୭ ଜଣ କ୍ରୁ ସଦସ୍ୟଙ୍କ ମଧ୍ୟରୁ ୫ ଜଣ ଭାରତୀୟ ଏବଂ ୨ ଜଣ ଶ୍ରୀଲଙ୍କାର, ଯେଉଁମାନଙ୍କର ସନ୍ଧାନ ଚାଲିଛି।

ଓମାନ ଉପସାଗରରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏକ ତୈଳବାହୀ ଜାହାଜର ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟରେ ଭାରତୀୟ ନୌସେନା ଏହାର ଯୁଦ୍ଧଜାହାଜ ଆଇଏନ୍‌ଏସ୍‌ ତେଗ୍‌ ଓ ଅନ୍ୟାନ୍ୟ ଉପକରଣ ଲଗାଇଛି। ସମୁଦ୍ରରେ ଓଲଟି ପଡ଼ିଥିବା ପ୍ରେଷ୍ଟିଜ୍‌ ଫାଲ୍‌କନ୍‌ ନାମକ ଏହି ଜାହାଜରେ ୧୩ ଭାରତୀୟଙ୍କ ସମେତ ୧୬ ଜଣ ନାବିକ ଥିଲେ। ଗତ ୧୫ ତାରିଖ ସନ୍ଧ୍ୟାରେ ରାସ୍‌ ମାଡ୍ରାକାହ ଓମାନ୍‌ର ଦକ୍ଷିଣପୂର୍ବରେ ୨୫ ନଟିକାଲ ମାଇଲ୍‌ ଦୂରରେ ଏହି ଦୁର୍ଘଟଣା ଘଟିଥିଲା।

ଓମାନ ଉପକୂଳରେ ବୁଡ଼ି ଯାଇଥିବା କୋମୋରୋସ୍ ଫ୍ଲାଗ୍ କାର୍ଗୋ ଜାହାଜର ନାମ ଏମଟି ଫାଲକନ୍ ପ୍ରେଷ୍ଟିଜ୍, ଯାହା ଜୁଲାଇ ୧୪ ରେ ରାତି ପ୍ରାୟ ୧୦ ଟା ସମୟରେ ଓମାନ ଉପକୂଳକୁ ସଂକଟରେ ଥିବା ସୂଚନା ପଠାଇଥିଲା। ଓମାନରେ ଥିବା ଭାରତୀୟ ଦୂତାବାସ ଓମାନ କର୍ତ୍ତୃପକ୍ଷଙ୍କ ସହ ନିରନ୍ତର ଯୋଗାଯୋଗରେ ଅଛନ୍ତି। ଜାହାଜର ବୁଡ଼ିଯିବା ବିଷୟରେ ସୂଚନା ପାଇବା ମାତ୍ରେ ଓମାନ ସାମୁଦ୍ରିକ ସୁରକ୍ଷା କେନ୍ଦ୍ର ନାବିକମାନଙ୍କ ପାଇଁ ସର୍ଚ୍ଚ ଓ ଉଦ୍ଧାର କାର‌୍ୟ୍ୟ ଆରମ୍ଭ କରିଥିଲା। ଜୁଲାଇ ୧୫ ରୁ ଭାରତୀୟ ନୌସେନା ମଧ୍ୟ ସର୍ଚ୍ଚ ଓ ଉଦ୍ଧାର କାର‌୍ୟ୍ୟରେ ଯୋଗ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri