Posted inଜାତୀୟ

ଆଣ୍ଟି-ଶିପ୍‌ ମିଜାଇଲର ସଫଳ ପରୀକ୍ଷଣ କଲା ନୌସେନା…

ନୂଆଦିଲ୍ଲୀ, ୧୮।୫ : ଭାରତୀୟ ନୌସେନା ପକ୍ଷରୁ ଏକ ଆଣ୍ଟି-ଶିପ୍‌ ମିଜାଇଲର ସଫଳ ପରୀକ୍ଷଣ କରାଯାଇଛି। ବୁଧବାର ନୌସେନା ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ନୌସେନା ଏକ ସେକିଂ ହେଲିକପ୍ଟରରୁ ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ପ୍ରଥମ ଆଣ୍ଟି-ଶିପ୍‌ ମିଜାଇଲର ସଫଳ ପରୀକ୍ଷଣ କରିଛି।

ଏହି ପରୀକ୍ଷା ଓଡିଶାର ବାଲେଶ୍ୱର ଇଣ୍ଟିଗ୍ରେଟେଡ ଟେଷ୍ଟ ରେଞ୍ଜ ଚାନ୍ଦିପୁରରେ ଡିଆର୍‌ଡିଓ ଦ୍ୱାରା କରାଯାଇଛି। ଡିଆର୍‌ଡିଓ ସୂତ୍ରରୁ ପ୍ରକାଶ ଯେ ଏହା ସଫଳ ହୋଇଛି। ଏହି କ୍ଷେପଣାସ୍ତ୍ର ପୂର୍ବ ନିର୍ଦ୍ଧାରିତ ପଥରେ ଅଗ୍ରସର ହୋଇଥିଲା ଏବଂ ସମ୍ପୂର୍ଣ୍ଣ ସଠିକତା ସହିତ ଲକ୍ଷ୍ୟସ୍ଥଳରେ ପହଞ୍ଚିଥିଲା । ସମସ୍ତ ସିଷ୍ଟମର କାର୍ଯ୍ୟଦକ୍ଷତାକୁ ସନ୍ତୋଷଜନକ ବୋଲି ବର୍ଣ୍ଣନା କରି ଡିଆର୍‌ଡିଓ କହିଛି ଯେ ପରୀକ୍ଷଣ ପରିସରରେ ସେନ୍ସର ସ୍ଥାପନ କରାଯାଇଥିଲା ଏବଂ କ୍ଷେପଣାସ୍ତ୍ରର ଟ୍ରାଜେକ୍ଟୋରୀ ଉପରେ ନଜର ରଖାଯାଇଥିଲା।

କ୍ଷେପଣାସ୍ତ୍ର ପ୍ରଯୁକ୍ତିବିଦ୍ୟାରେ ଆତ୍ମନିର୍ଭରଶୀଳତା ହାସଲ କରିବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଏବଂ ଭାରତୀୟ ନୌସେନାର ସ୍ବଦେଶୀକରଣ ପ୍ରତିବଦ୍ଧତାକୁ ଏହା ପୁଣିଥରେ ପ୍ରମାଣିତ କରିଛି ବୋଲି ନୌସେନାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

ଟୁଇଟରରେ ଭାରତୀୟ ନୌସେନା ସେକିଂ ୪୨-ବି ହେଲିକପ୍ଟରରୁ କ୍ଷେପଣାସ୍ତ୍ର ଚଳାଇବାର ଏକ କ୍ଷୁଦ୍ର ଭିଡିଓ ଜାରି କରିଛି। ଏହି କ୍ଷେପଣାସ୍ତ୍ରରେ ହେଲିକପ୍ଟର ପାଇଁ ଏକ ସ୍ବଦେଶୀ ବିକଶିତ ଲଞ୍ଚର୍‌ ସହିତ ଅନେକ ନୂତନ ପ୍ରଯୁକ୍ତିବିଦ୍ୟା ଅନ୍ତର୍ଭୁକ୍ତ କରାଯାଇଛି। ଏହି ମିଜାଇଲ ସିଷ୍ଟମରେ ଅତ୍ୟାଧୁନିକ ନାଭିଗେଶନ ଏବଂ ଇଣ୍ଟିଗ୍ରେଟେଡ ଆଭିଏନିକ୍ସ ମଧ୍ୟ ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri