ଅକ୍ଟୋବରରେ ଶେଷ ହେବ ନଓ୍ବାଜଙ୍କ ବନବାସ: ଫେରିବେ ସ୍ବଦେଶ, ହୋଇପାରନ୍ତି ପ୍ରଧାନମନ୍ତ୍ରୀ ପ୍ରାର୍ଥୀ…

ଲାହୋର,୯।୯ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଖୁବ ଶୀଘ୍ର ରାଜନୀତିରେ ପ୍ରତ୍ୟାବର୍ତ୍ତନ କରିପାରନ୍ତି। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ନୱାଜ ସରିଫ ଆସନ୍ତା ମାସରେ ଅର୍ଥାତ ଅକ୍ଟୋବରରେ ପାକିସ୍ତାନକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି। ନୱାଜ ସରିଫ ଗତ ଚାରି ବର୍ଷ ଧରି ଲଣ୍ଡନରେ ଆତ୍ମ ନିର୍ବାସିତ ଜୀବନ ବିତାଉଛନ୍ତି। ପାକିସ୍ତାନ ମୁସଲିମ ଲିଗର ନେତା ନୱାଜ ଲଣ୍ଡନରେ ଦଳର କର୍ମୀଙ୍କ ସହ କଥାବାର୍ତ୍ତା ବେଳେ ସୂଚାଇ ଦେଇଛନ୍ତି ସେ ଶୀଘ୍ର ପାକିସ୍ତାନ ଫେରିବେ।

ଯଦିଓ ନୱାଜ ସରିଫଙ୍କ ପାକିସ୍ତାନ ଫେରିବାର ତାରିଖ ଏପର୍ଯ୍ୟନ୍ତ ସ୍ଥିର କରାଯାଇ ନାହିଁ, ଅକ୍ଟୋବରରେ ତାଙ୍କ ପ୍ରତ୍ୟାବର୍ତ୍ତନ ହୋଇପାରେ। ୨୦୧୮ ମସିହାରେ ଅଲ-ଅଜିଜିଆ ମିଲ୍ସ ଏବଂ ଆଭେନଫିଲ୍ଡ ଦୁର୍ନୀତି ମାମଲାରେ ନୱାଜ ସରିଫ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହି ମାମଲାରେ ତାଙ୍କୁ ସାତ ବର୍ଷ ଜେଲ ଦଣ୍ଡାଦେଶ ହୋଇଥିଲା। ଲାହୋରର କୋଟ ଲଖପାଟ ଜେଲରେ ରହିବା ସମୟରେ ନୱାଜ ସରିଫଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା ଏବଂ ପରେ ସ୍ବାସ୍ଥ୍ୟଗତ କାରଣରୁ ତାଙ୍କୁ ଭଲ ଚିକିତ୍ସା ପାଇଁ ଲଣ୍ଡନ ଯିବାକୁ ଅନୁମତି ଦିଆଯାଇଥିଲା। ସେବେଠାରୁ, ନଭେମ୍ବର ୨୦୧୯ ରୁ ବର୍ତ୍ତମାନ ପର୍ଯ୍ୟନ୍ତ ନୱାଜ ସରିଫ ଲଣ୍ଡନରେ ରହୁଛନ୍ତି।

ଏହାପୂର୍ବରୁ ଅଗଷ୍ଟ ୨୫ ରେ ନୱାଜ ସରିଫଙ୍କ ସାନଭାଇ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଘୋଷଣା କରିଥିଲେ ନୱାଜ ସରିଫ ସେପ୍ଟେମ୍ବରରେ ପାକିସ୍ତାନ ଫେରିବେ ଏବଂ ତାଙ୍କ ବିରୋଧରେ ବିଚାରାଧୀନ ମାମଲାର ସମ୍ମୁଖୀନ ହେବେ। ଆଗାମୀ ସାଧାରଣ ନିର୍ବାଚନରେ ନୱାଜ ସରିଫ ଦଳର ନେତୃତ୍ୱ ନେବେ ବୋଲି ଶେହବାଜ ସରିଫ କହିଛନ୍ତି। ଶାହାବାଜ ସରିଫ ଏହା ମଧ୍ୟ କହିଛନ୍ତି ନୱାଜ ସରିଫ ଦେଶର ନେତୃତ୍ୱ ନେବେ। ଏହା ସୂଚାଉଛି ଆଗାମୀ ନିର୍ବାଚନରେ ନୱାଜ ସରିଫ ପିଏମଏଲ-ଏନରୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇପାରନ୍ତି।

ସର୍ବଶେଷ ଜନଗଣନା ପରେ ପାକିସ୍ତାନରେ ନୂତନ ନିର୍ବାଚନ ପାଇଁ ପ୍ରସ୍ତୁତି କାର୍ଯ୍ୟ ଚାଲିଛି। ଯେଉଁ କାରଣରୁ ସାଧାରଣ ନିର୍ବାଚନରେ ବିଳମ୍ବ ହେଉଛି। ଅଗଷ୍ଟ ୯ ରେ ପାକିସ୍ତାନ ସଂସଦ ଭଙ୍ଗ କରାଯାଇଥିଲା ଏବଂ ପାକିସ୍ତାନୀ ସମ୍ବିଧାନର ବ୍ୟବସ୍ଥା ଅନୁଯାୟୀ ସଂସଦ ଭଙ୍ଗ ହେବାର ୯୦ ଦିନ ମଧ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri