ପାକ୍ ସେନା ମୁଖ୍ୟଙ୍କ ଉପରେ ଦୋଷ ଲଦିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ

ଇସ୍‌ଲାମାବାଦ,୧୭ ।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ଶନିବାର ପାକ୍ ସେନା ମୁଖ୍ୟ ଜେନରାଲ କମର ଜବେଦ ବାଜୱାଙ୍କ ଉପରେ ଏକ ଦୋଷ ଲଦିଛନ୍ତି । ଶରିଫ କହିଛନ୍ତି ବାଜୱା ମୋ ସରକାରକୁ ଭାଙ୍ଗି ଦେଇଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ସେନା ମୁଖ୍ୟ ୨୦୧୮ରେ ଇମ୍ରାନ ଖାଁଙ୍କୁ ଗାଦିରେ ବସାଇବା ସହ ନ୍ୟାୟପାଳିକା ଉପରେ ଚାପ ପ୍ରୟୋଗ କରିଥିଲେ । ଲଣ୍ଡନରେ ଭିଡିଓ ଲିଙ୍କ ଦ୍ୱାରା ବିପକ୍ଷ ଦଳ ଆୟୋଜିତ କରିଥିବା ହଜାର ଲୋକଙ୍କ ଏକ ସଭାରେ ମୋଦି ଏହା କହିଛନ୍ତି । ସୂଚନାଯୋଗ୍ୟ, ପାକିସ୍ତାନର ଇମ୍ରାନ ସରକାରଙ୍କୁ ହଟାଇବା ପାଇଁ ପୂର୍ବ ସହର ଗୁଜରାଂୱାଲାରେ ଦେଶବ୍ୟାପୀ ବିରୋଧ ଅଭିଯାନ ଆରମ୍ଭ କରାଯାଇଛି । ଶରିଫଙ୍କ ଏହି ଅଭିଯୋଗ ପରେ ସେନା ପକ୍ଷରୁ ଏହାର ଜବାବ ଦିଆଯାଇଛି । ପାକ୍ ସେନା କହଛି ରାଜନୀତିରେ ତା’ର କୌଣସି ପ୍ରକାର ହସ୍ତକ୍ଷେପ ନାହିଁ । ଉକ୍ତ ସଭାରେ ଶରିଫଙ୍କ ଝିଅ ମରିୟମ ନୱାଜ ଓ ବେନଜିର ଭୁଟ୍ଟୋଙ୍କ ପୁଅ ବିଲାବଟ ଭୁଟ୍ଟୋ ବି ଉଦ୍‌ବୋଧନ ଦେଇଥିଲେ । ଏମାନେ ମଧ୍ୟ ଇମ୍ରାନ ଖାଁ ସରକାରକୁ ବିରୋଧ କରିଛନ୍ତି । ସୂଚନାଯୋଗ୍ୟ, ଗତବର୍ଷ ନଭେମ୍ବରରେ ଶରିଫ ଅସୁସ୍ଥ ଥିବାରୁ ଚିକିତ୍ସା ପାଇଁ ସେ ଲଣ୍ଡନ ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri