ଭାରତ ସହ ଯୁଦ୍ଧ ନ କରିବା ଭଲ: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି ଉପଦେଶ ଦେଲ ବଡ଼ ଭାଇ

ଇସଲାମାବାଦ୍‌,୨୮।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫ ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ସଭାପତି ନୱାଜ ସରିଫଙ୍କୁ ଜାତୀୟ ସୁରକ୍ଷା କମିଟି (ଏନଏସସି) ବୈଠକରେ ନିଆଯାଇଥିବା ନିଷ୍ପତ୍ତି ବିଷୟରେ ସୂଚନା ଦେଇଛନ୍ତି। ଭାରତ ସିନ୍ଧୁ ଜଳ ଚୁକ୍ତି (IWT)କୁ ସ୍ଥଗିତ କରିବା ପରେ ଏହି ବୈଠକ ଡକାଯାଇଥିଲା।

ଶେହବାଜ୍‌ ତାଙ୍କ ସାକ୍ଷାତ ସମୟରେ ନୱାଜ ସରିଫଙ୍କୁ କହିଥିଲେ, ଏହା ଏକ ‘ଫଲ୍ସ ଫ୍ଲାଗ ଅପରେଶନ’। ଏହାର ଅର୍ଥ ହେଉଛି ଏହି ଅଞ୍ଚଳରେ ଅସ୍ଥିରତା ବିସ୍ତାର କରିବା ପାଇଁ ଭାରତୀୟମାନେ ଜାଣିଶୁଣି ଏହା କରିଥିଲେ। ଭାରତର ଏହି ଏକପାଖିଆ ପଦକ୍ଷେପ ଦୁଇ ଦେଶ ମଧ୍ୟରେ ଯୁଦ୍ଧର ବିପଦକୁ ଆହୁରି ବୃଦ୍ଧି କରିଛି। ପାକିସ୍ତାନ ଶାନ୍ତି ପାଇଁ ପ୍ରତିବଦ୍ଧ କିନ୍ତୁ ଦେଶର ସୁରକ୍ଷା ସହିତ କୌଣସି ସାଲିସ କରାଯାଇପାରିବ ନାହିଁ। ଏହି ବୈଠକରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ମରିୟମ ନୱାଜ ମଧ୍ୟ ଉପସ୍ଥିତ ଥିଲେ।

କିନ୍ତୁ ନୱାଜ ସରିଫ ଚାହାଁନ୍ତି,ତାଙ୍କ ସରକାର ଦୁଇ ଦେଶ ମଧ୍ୟରେ ଶାନ୍ତି ଫେରାଇ ଆଣିବା ପାଇଁ ଏକ ଆଲୋଚନାମୂଳକ ସମାଧାନ ଖୋଜୁ। ନୱାଜ ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିବାକୁ ଇଚ୍ଛୁକ ନୁହଁନ୍ତି।

ପୂର୍ବରୁ, ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଘଟଣାର ତଦନ୍ତ ପାଇଁ ଆମେରିକା, ଇରାନ, ଚାଇନା, ରୁଷିଆ ଏବଂ ବ୍ରିଟେନର ଅଧିକାରୀମାନଙ୍କୁ ନେଇ ଏକ ଅନ୍ତର୍ଜାତୀୟ କମିଶନ ଗଠନ କରିବାକୁ ଭାରତକୁ ପ୍ରସ୍ତାବ ଦେଇଥିଲେ। ସେ କହିଛନ୍ତି, ଯଦି ଏହା ହୁଏ, ତେବେ ପାକିସ୍ତାନ ବିଶ୍ୱ ସମ୍ମୁଖରେ ତଥ୍ୟ ଉପସ୍ଥାପନ କରିବ। ଆମେ ଜାଣୁ ଯେ ଏହା କେବଳ ଏକ ନାଟକ ଥିଲା, କିନ୍ତୁ ଏହି ମିଛର ପର୍ଦ୍ଦାଫାସ କରିବା ପାଇଁ ଆମେ ଯେକୌଣସି କମିଶନ ସହିତ କାମ କରିବାକୁ ପ୍ରସ୍ତୁତ। ତଥାପି, ଯଦି ଭାରତ କିଛି କରିବାକୁ ସାହସ କରେ, ତେବେ ଆମେ ପଛକୁ ହଟିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri