ନୱାଜ ଶରିଫଙ୍କ ଉପରେ ପିଟିଆଇ କର୍ମୀଙ୍କ ଆକ୍ରମଣ, ମରିୟମ କହିଲେ ଗିରଫ ହୁଅନ୍ତୁ ଇମ୍ରାନ

ଲଣ୍ଡନ,୩ ।୪: ପାକିସ୍ତାନରେ ଲାଗିରହିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଉପରେ ଲଣ୍ଡନରେ ପାକିସ୍ତାନର ଶାସକ ପାକିସ୍ତାନ ତହରିକ-ଏ-ଇନସାଫ(ପିଟିଆଇ)ର ଜଣେ କର୍ମୀ ଲଣ୍ଡନରେ ଆକ୍ରମଣ କରିଛନ୍ତି । ଇମ୍ରାନ ଖାଁ ସରକାରଙ୍କ ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ହେବାର ଗୋଟିଏ ଦିନ ପୂର୍ବରୁ କରାଯାଇଛି । ରବିବାର ଇମ୍ରାନ ସରକାରଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ହେବ । ଏହି ଘଟଣାର ସୂଚନା ପାକିସ୍ତାନର ଜଣେ ଖବରଦାତା ଦେଇଛନ୍ତି । ସେ କହିଛନ୍ତି ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପ୍ରସାସ ଚାଲିଛି । ପାକିସ୍ତାନର ଫ୍ୟାକ୍ଟ ଫୋକସ ମିଡିଆ ପ୍ଲାଟଫର୍ମରେ କାମ କରୁଥିବା ପାକିସ୍ତାନୀ ଖବରଦାତା ଅହମ୍ମଦ ନୁରାନି ଟୁଇଟ କରି ଏହି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ପିଟିଆଇ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବା ଦରକାର । କାରଣ ଏହି ଦଳ ଏବେ ସବୁ ସୀମା ଅତିକ୍ରମ କରି ସାରିଲାଣି । ଶାରୀରିକ ହିଂସାକୁ କେବେ କ୍ଷମା ଦେବା କଥା ନୁହେଁ । ଏହି ଆକ୍ରମଣରେ ନୱାଜ ଶରିଫଙ୍କ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି ।
ନୱାଜ ଶରିଫଙ୍କ ଉପରେ ହୋଇଥିବା ଆକ୍ରମଣକୁ ତାଙ୍କ ଝିଅ ମରିୟମ ନିନ୍ଦା କରିବା ସହ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ଗିରଫ କରିବାକୁ ସେ ଦାବି କରିଛନ୍ତି । ଇମ୍ରାନଙ୍କୁ ଉସକାଇବା ଓ ଦେଶଦ୍ରୋହ ମାମଲାରେ ଗିରଫ କରାଯାଉ । ସେ ଆହୁରି ମଧ୍ୟ ଟୁଇଟ୍ କରି ଲେଖିଛନ୍ତି ପିଟିଆଇର ଯେଉଁ ଲୋକେ ହିଂସାର ସାହାରା ନେଉଛନ୍ତି ଅବା ଆଇନ ବ୍ୟବସ୍ଥାକୁ ଖରାପ କରିବାର ସ୍ଥିତି ଉପୁଜାଉଛନ୍ତି ସେମାନଙ୍କୁ ଗିରଫ କରାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri