ଡିସେମ୍ବରରେ ନଓ୍ବାଜ ଶରିଫ ପାକିସ୍ତାନ ଫେରିବା ସମ୍ଭାବନା…

ଇସଲାମାବାଦ,୧୨।୧୧ : ଡିସେମ୍ବର ସୁଦ୍ଧା ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ମୁଖ୍ୟ ନୱାଜ ଶରିଫ ପାକିସ୍ତାନକୁ ଫେରିବାର ସମ୍ଭାବନା ରହିଛି। ଆତ୍ମ-ନିର୍ବାସନ ଶେଷ ହେବା ପରେ ଆସନ୍ତା ସାଧାରଣ ନିର୍ବାଚନରେ ଦଳର ନେତୃତ୍ୱ ନେବାକୁ ଶରିଫ ଲଣ୍ଡନରୁ ପାକିସ୍ତାନ ଫେରିବେ। ଶନିବାର ଗଣମାଧ୍ୟମ ରିପୋର୍ଟରେ ଏହା ଦାବି କରାଯାଇଛି। ଏହା ମଧ୍ୟ କୁହାଯାଉଛି ଯେ ୭୨ ବର୍ଷୀୟ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ପିଏମଏଲ-ଏନ ନେତୃତ୍ୱାଧୀନ ସରକାର କୂଟନୈତିକ ପାସପୋର୍ଟ ଦେଇଛନ୍ତି।

ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏପ୍ରିଲରେ ପଦରୁ ବହିଷ୍କୃତ ହେବା ପରଠାରୁ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ଦାବି କରିଆସୁଛନ୍ତି। ଜାତୀୟ ସଭାର ବର୍ତ୍ତମାନର କାର୍ଯ୍ୟକାଳ ଅଗଷ୍ଟ ୨୦୨୩ ପର୍ଯ୍ୟନ୍ତ ରହିଛି।

ଦୁର୍ନୀତି ଅଭିଯୋଗରେ ଶରିଫ କୋଟ ଲଖପାଟ ଜେଲରେ ସାତ ବର୍ଷ ଜେଲ ଦଣ୍ଡ ଭୋଗୁଥିବାବେଳେ ଲାହୋର ହାଇକୋର୍ଟ ତାଙ୍କୁ ଚାରି ସପ୍ତାହ ଜାମିନ ପ୍ରଦାନ କରିଥିଲେ ଏବଂ ତାଙ୍କୁ ଚିକିତ୍ସା ପାଇଁ ଦେଶ ଛାଡିବାକୁ ଅନୁମତି ଦେଇଥିଲେ। ନଭେମ୍ବର ୨୦୧୯ ରେ, ସେ ଚିକିତ୍ସା ପାଇଁ ଲଣ୍ଡନ ଯାଇଥିଲେ ଏବଂ ସେହି ଦିନଠାରୁ ସେଠାରେ ରହିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri