ସ୍ବଦେଶ ଫେରିବେ ନଓ୍ବାଜ…

ଇସଲାମାବାଦ,୧୭।୪ : ନୱାଜ ସରିଫଙ୍କ ପାକିସ୍ତାନକୁ ଫେରିବା ନେଇ ପାକିସ୍ତାନର ଗୃହମନ୍ତ୍ରୀ ରାଣା ସନାଉଲ୍ଲା ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଦେଶରେ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହେବା ମାତ୍ରେ ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ମୁଖ୍ୟ ନୱାଜ ସରିଫ ଲଣ୍ଡନରୁ ସ୍ବଦେଶ ଫେରିବେ।

ପାକିସ୍ତାନୀ ଚ୍ୟାନେଲକୁ ଦିଆଯାଇଥିବା ଏକ ସାକ୍ଷାତକାରରେ ସନାଉଲ୍ଲା କହିଛନ୍ତି ପାକିସ୍ତାନରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ନୱାଜ ସରିଫ ପିଏମଏଲ-ଏନ ପ୍ରସ୍ତୁତିର ନେତୃତ୍ୱ ନେବେ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ତଥା ଇମ୍ରାନ ଖାନଙ୍କ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ପ୍ରୟାସ ସତ୍ତ୍ୱେ ମେ ୧୪ରେ ଗୁରୁତ୍ୱପୂର୍ଣ୍ଣ ପଞ୍ଜାବ ପ୍ରଦେଶରେ ନିର୍ବାଚନ ଅନୁଷ୍ଠିତ ହେବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।

ଉଲ୍ଲେଖନୀୟ ଯେ, ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ନଭେମ୍ବର ୨୦୧୯ ରେ ଲଣ୍ଡନ ଯାଇଥିଲେ। ଯେତେବେଳେ ନୱାଜ ଲଣ୍ଡନ ଯାଇଥିଲେ, ସେତେବେଳେ ସେ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ଏବଂ ଲାହୋରର କୋଟ ଲଖପାଟ ଜେଲରେ ସାତ ବର୍ଷ ଜେଲ ଦଣ୍ଡ ଭୋଗୁଥିଲେ। ତେବେ ଚିକିତ୍ସା କାରଣରୁ ତାଙ୍କୁ ହାଇକୋର୍ଟ ଚାରି ସପ୍ତାହ ପାଇଁ ପାରୋଲ ପ୍ରଦାନ କରିଥିଲେ। ଏହି ସମୟରେ ନୱାଜ ଲଣ୍ଡନ ପଳାଇଥିଲେ ଏବଂ ସେବେଠାରୁ ସେ ପାକିସ୍ତାନ ଫେରିନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri